Breaking PLUSଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୨୪ ଘଣ୍ଟାରେ ୨୯୩ କୋଭିଡ ପଜିଟିଭ ଚିହ୍ନଟ

ଭୂବନେଶ୍ୱର : ରାଜ୍ୟରେ କରୋନା ଗ୍ରାଫ୍ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ଦୈନିକ ସଂକ୍ରମଣ ହଜାରେ ତଳେ ରହୁଛି । ଏହି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୬ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୪୬୧୬ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨୯ ଥିବା ବେଳେ ଅନୁଗୋଳରୁ ୩୫, ବାଲେଶ୍ୱରରୁ ୯, ବରଗଡ଼ରୁ ୩, ଭଦ୍ରକରୁ ୪, ବଲାଙ୍ଗୀରରୁ ୩, ବୌଦ୍ଧରରୁ ୧, କଟକରୁ ୩, ଦେବଗଡ଼ରୁ ୨, ଢେଙ୍କାନାଳରୁ ୧, ଗଜପତିରୁ ୨୫, ଗଞ୍ଜାମରୁ ୨୦, ଜଗତସିଂହପୁରରୁ ୩, ଯାଜପୁରରୁ ୧୮, ଝାରସୁଗୁଡ଼ାରୁ ୧୩, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ୨୦,କୋରାପୁଟରୁ ୧, ମୟୂରଭଞ୍ଜରୁ ୧୨, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୨, ନୂଆପଡ଼ାରୁ ୪, ପୁରୀରୁ ୧, ରାୟଗଡ଼ାରୁ ୧୪, ସମ୍ବଲପୁରରୁ ୨୫, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୧୫ ଏବଂ ଷ୍ଟେଟ ପୁଲ୍‌ରୁ ୭ ଜଣ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।

 

 

Show More

Related Articles

Back to top button