ଓଡ଼ିଶାକଳା ସଂସ୍କୃତି ଓ ସାହିତ୍ୟଜୀବନଚର୍ଯ୍ୟାଦେଶ ବିଦେଶବ୍ୟକ୍ତିତ୍ୱଭକ୍ତିମୁଖ୍ୟ ଖବରସ୍ୱତନ୍ତ୍ର
ଆଜି ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି
ଆଜି ପୁରୀରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବାକୁ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ।

ପୁରୀ : ଆଜି ପୁରୀରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବାକୁ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ତେଣୁ ତାଙ୍କ ସୁରକ୍ଷା ପାଇଁ ୨ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ମହାମହିମ ରାଷ୍ଟ୍ରପତି ଆଜି ଅପରାହ୍ନ ୩ଟା ୩୫ରେ ପୁରୀରେ ହେଲିପ୍ୟାଡ୍ ରେ ପହଞ୍ଚିବେ ଏବଂ ପରେ ସେଠାରୁ ସେ ସିଧାସଳଖ ରାଜଭବନକୁ ଯିବେ ।
ସେଠାରେ ସେ କିଛି ସମୟ ବିଶ୍ରାମ ନେବାପରେ ଅପରାହ୍ନ ୪.୫୦ରେ ଶ୍ରୀମନ୍ଦିର ଅଭିମୁଖେ ବାହାରିବେ । ଅପରାହ୍ନ ୫ଟା ୪୫ ପର୍ୟ୍ୟନ୍ତ ସେ ଶ୍ରୀମନ୍ଦିରରେ ରହିବା ସହ ମହାପ୍ରଭୁଙ୍କୁ ଦର୍ଶନ କରିବେ । ଏଥିନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅପରାହ୍ନ ୪ଟାରୁ ୬ଟା ଯାଏ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରଖାଯାଇଛି । ଶ୍ରୀମନ୍ଦିରରୁ ଫେରିବା ପରେ ରାଷ୍ଟ୍ରପତି ଶ୍ରୀ କୋବିନ୍ଦ ରାଜଭବନକୁ ଯାଇ ସେଠାରେ ରାତ୍ରିଯାପନ କରିବାର ବ୍ୟବସ୍ଥା କରାଯାଇଛି ।