Breaking PLUSଓଡ଼ିଶାଦେଶମୁଖ୍ୟ ଖବରରାଜନୀତିସ୍ୱତନ୍ତ୍ର

ପ୍ରଧାନମନ୍ତ୍ରୀ ଓଡିଶାର ୬୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଭିତ୍ତିଭୂମି ପ୍ରକଳ୍ପର କଲେ ଉଦଘାଟନ

ପ୍ରଧାନମନ୍ତ୍ରୀ ଓଡିଶାର ୬୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଭିତ୍ତିଭୂମି ପ୍ରକଳ୍ପର କଲେ ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଏବଂ ଶିଳାନ୍ୟାସ
ସମ୍ବଲପୁର, 03 ଫେବୃଆରୀ (ହି.ସ.) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦିନ ଦିନିକିଆ ଓଡିଶା ଗସ୍ତରେ ଆସି ସମ୍ବଲପୁର ଠାରେ ଆଇଆଇଏମର ନବ ନିର୍ମିତ କ୍ୟାମ୍ପସକୁ ଉଦଘାଟନ କରିବା ସହ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ୬୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ସେ କ୍ୟାମ୍ପସକୁ ଦେଖିଛନ୍ତି। କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ସାଂସଦ ନୀତିଶ ଗଙ୍ଗଦେବ ଓ ଅନ୍ୟ ମାନେ ଉପସ୍ଥିତ ଥିଲେ ।

ପ୍ରଧାନମନ୍ତ୍ରୀ ମୋଦୀ ଜଗଦୀଶପୁର-ହଳଦିଆ ଓ ବୋକାରୋ-ଧାମରା ପାଇପଲାଇନ ପ୍ରକଳ୍ପ (ଜେଏଚବିଡିପିଏଲ୍)ର ‘ଧାମରା-ଅନୁଗୁଳ ପାଇପଲାଇନ ସେକ୍ସନ୍’ (୪୧୨ କିଲୋମିଟର)’କୁ ପ୍ରଧାନମନ୍ତ୍ରୀ ଉଦ୍ଘାଟନ କରିଛନ୍ତି । ‘ପ୍ରଧାନମନ୍ତ୍ରୀ ଉର୍ଜା ଗଙ୍ଗା’ ଅଧୀନରେ ୨୪୫୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପ ଓଡ଼ିଶାକୁ ଜାତୀୟ ଗ୍ୟାସ୍ ଗ୍ରିଡ୍ ସହ ସଂଯୋଗ କରିବ । ପ୍ରଧାନମନ୍ତ୍ରୀ ମୁମ୍ବାଇ-ନାଗପୁର-ଝାରସୁଗୁଡ଼ା ପାଇପଲାଇନର ‘ନାଗପୁର ଝାରସୁଗୁଡ଼ା ପ୍ରାକୃତିକ ଗ୍ୟାସ ପାଇପଲାଇନ ସେକ୍ସନ’ (୬୯୨ କିଲୋମିଟର)’ର ଶିଳାନ୍ୟାସ କରିଛନ୍ତି । ୨୬୬୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ବିକଶିତ ହେବାକୁ ଥିବା ଏହି ପ୍ରକଳ୍ପ ଓଡ଼ିଶା, ମହାରାଷ୍ଟ୍ର ଓ ଛତିଶଗଡ଼ ଭଳି ରାଜ୍ୟରେ ପ୍ରାକୃତିକ ବାଷ୍ପ ଉପଲବ୍ଧତାରେ ଉନ୍ନତି ଆଣିବ।
ପ୍ରଧାନମନ୍ତ୍ରୀ ପ୍ରାୟ ୨୮,୯୮୦ କୋଟି ଟଙ୍କାର ଏକାଧିକ ବିଦ୍ୟୁତ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିଛନ୍ତି । ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ପ୍ରକଳ୍ପଗୁଡ଼ିକ ମଧ୍ୟରେ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲାର ଏନଟିପିସି ଦର୍ଲିପାଲି ସୁପର ଥର୍ମାଲ ପାୱାର ଷ୍ଟେସନ (୨×୮୦୦ ମେଗାୱାଟ୍) ଏବଂ ଏନ୍ଏସପିସିଏଲ୍ ରାଉରକେଲା ପିପି-୨ ସମ୍ପ୍ରସାରଣ ପ୍ରକଳ୍ପ (୧x୨୫୦ ମେଗାୱାଟ୍) ଅନ୍ତର୍ଭୁକ୍ତ। ସେ ଓଡ଼ିଶାର ଅନୁଗୁଳ ଜିଲ୍ଲାରେ ଏନଟିପିସି ତାଳଚେର ତାପଜ ବିଦ୍ୟୁତ ପ୍ରକଳ୍ପ ଷ୍ଟେଜ୍-୩ (୨×୬୬୦ ମେଗାୱାଟ)ର ଶିଳାନ୍ୟାସ କରିଛନ୍ତି ।

ପ୍ରଧାନମନ୍ତ୍ରୀ ୨୭,୦୦୦ କୋଟିରୁ ଅଧିକ ମୂଲ୍ୟର ନେଭେଲି ଲିଗ୍ନାଇଟ୍ କର୍ପୋରେସନ୍ (ଏନଏଲସି) ତଲାବିରା ତାପଜ ବିଦ୍ୟୁତ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।
ପ୍ରଧାନମନ୍ତ୍ରୀ ମହାନଦୀ କୋଲ୍ ଫିଲ୍ଡସ ଲିମିଟେଡର କୋଇଲା ଭିତ୍ତିଭୂମି ପ୍ରକଳ୍ପକୁ ଉଦଘାଟନ କରିଛନ୍ତି , ଯେଉଁଥିରେ ଅନୁଗୁଳ ଜିଲ୍ଲାର ତାଳଚେର କୋଲଫିଲ୍ଡରେ ପ୍ରଥମ ପର୍ଯ୍ୟାୟ ଭୁବନେଶ୍ୱରୀ ଏଫଏମସି ପ୍ରକଳ୍ପ ଏବଂ ଲାଜକୁରା ରାପିଡ୍ ଲୋଡିଂ ସିଷ୍ଟମ (ଆରଏଲଏସ) ଅନ୍ତର୍ଭୁକ୍ତ । ପାଖାପାଖି ୨୧୪୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପଗୁଡ଼ିକ ଓଡ଼ିଶାରୁ ଶୁଷ୍କ ଇନ୍ଧନର ଗୁଣବତ୍ତା ଏବଂ ଯୋଗାଣକୁ ପ୍ରୋତ୍ସାହିତ କରିବ। ଓଡ଼ିଶାର ଝାରସୁଗୁଡ଼ା ଜିଲ୍ଲାରେ ୫୫୦ କୋଟିରୁ ଅଧିକ ଟଙ୍କା ବ୍ୟୟରେ ନିର୍ମିତ ଇବ୍ ଭ୍ୟାଲି ୱାଶେରୀକୁ ମଧ୍ୟ ପ୍ରଧାନମନ୍ତ୍ରୀ ଉଦଘାଟନ କରିଛନ୍ତି । ଏହା ଗୁଣବତ୍ତା ପାଇଁ କୋଇଲା ପ୍ରକ୍ରିୟାକରଣରେ ଏକ ଆଦର୍ଶ ପରିବର୍ତ୍ତନକୁ ଚିହ୍ନିତ କରିବ, ଯାହା ଅଭିନବତା ଏବଂ ସ୍ଥାୟିତ୍ୱକୁ ସୂଚିତ କରିବ । ୮୭୮ କୋଟି ଟଙ୍କା ନିବେଶ ସହିତ ମହାନଦୀ କୋଲ୍ ଫିଲ୍ଡସ୍ ଲିମିଟେଡ୍ ଦ୍ୱାରା ନିର୍ମିତ ଝାରସୁଗୁଡ଼ା-ବରପାଲି-ସରଡେଗା ରେଳ ଲାଇନ୍ ଫେଜ୍-୧ର ୫୦ କିଲୋମିଟର ଲମ୍ବା ଦ୍ୱିତୀୟ ଟ୍ରାକ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି ।

ପାଖାପାଖି ୨୧୧୦ କୋଟି ଟଙ୍କା ବ୍ୟୟରେ ବିକଶିତ ଜାତୀୟ ରାଜପଥର ତିନୋଟି ସଡ଼କ କ୍ଷେତ୍ର ପ୍ରକଳ୍ପକୁ ମଧ୍ୟ ପ୍ରଧାନମନ୍ତ୍ରୀ ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ଜାତୀୟ ରାଜପଥ ୨୧୫ (ନୂତନ ଜାତୀୟ ରାଜପଥ ନଂ ୫୨୦)ର ରିମୁଳି-କୋଇଡା ସେକ୍ସନକୁ ୪ ଲେନ୍, ଜାତୀୟ ରାଜପଥ ୨୩ (ନୂଆ ଜାତୀୟ ରାଜପଥ ନଂ ୧୪୩)ର ବୀରମିତ୍ରପୁର-ବ୍ରାହ୍ମଣୀ ବାଇପାସ୍ ଏଣ୍ଡ ସେକ୍ସନର ୪ ଲେନ୍ ଏବଂ ୨୩ ନମ୍ବର ଜାତୀୟ ରାଜପଥ (ନୂଆ ଜାତୀୟ ରାଜପଥ ନଂ ୧୪୩)ର ବ୍ରାହ୍ମଣୀ ବାଇପାସ୍ ଏଣ୍ଡ-ରାଜାମୁଣ୍ଡା ସେକ୍ସନକୁ ୪ ଲେନ୍ କରିବା ଆଦି ପ୍ରକଳ୍ପ ରହିଛି। ଏହି ପ୍ରକଳ୍ପଗୁଡ଼ିକ ଯୋଗାଯୋଗ ବୃଦ୍ଧି କରିବା ସହ ଅଞ୍ଚଳର ଆର୍ଥିକ ବିକାଶ ଦିଗରେ ମଧ୍ୟ ସହାୟକ ହେବ।
ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ପ୍ରାୟ ୨୧୪୬ କୋଟି ଟଙ୍କାର ରେଳ ପ୍ରକଳ୍ପର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିଛନ୍ତି । ଶୈଳଶ୍ରୀ ପ୍ୟାଲେସ ଦ୍ୱାରା ଅନୁପ୍ରାଣିତ ସମ୍ବଲପୁର ରେଳ ଷ୍ଟେସନର ପୁନଃନିର୍ମାଣ ପାଇଁ ଶ୍ରୀ ମୋଦୀ ଶିଳାନ୍ୟାସ କରିବେ । ସମ୍ବଲପୁର-ତାଳଚେର ଦୋହରୀକରଣ ରେଳ ଲାଇନ (୧୬୮ କିଲୋମିଟର) ଏବଂ ଝାରତରଭା ସୋନପୁର ନୂଆ ରେଳଲାଇନ (୨୧.୭ କିଲୋମିଟର)କୁ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ପୁରୀ-ସୋନପୁର-ପୁରୀ ସାପ୍ତାହିକ ଏକ୍ସପ୍ରେସକୁ ମଧ୍ୟ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି , ଯାହା ଏହି ଅଞ୍ଚଳର ରେଳ ଯାତ୍ରୀଙ୍କ ପାଇଁ ଯୋଗାଯୋଗରେ ଉନ୍ନତି ଆଣିବ ।
ପ୍ରଧାନମନ୍ତ୍ରୀ ଆଇଆଇଏମ୍ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସକୁ ଉଦଘାଟନ କରିଛନ୍ତି । ଏହାବ୍ୟତୀତ ସେ ଝାରସୁଗୁଡ଼ା ମୁଖ୍ୟ ଡାକଘର ଐତିହ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।

Show More

Related Articles

Back to top button