Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

କାଲି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ

ଭୁବନେଶ୍ସାୱର- କାଲି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ଏବଂ ଦେଶର ପଞ୍ଚମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ୫ଟି ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୩୫ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭୋଟ ଗ୍ରହଣ କରାଯିବ।

ସାମ୍ବାଦିକ ସମ୍ମିଳନୀରେ ସିଇଓ ନିକୁଞ୍ଜ ବିହାରୀ ଧଳ କହିଛନ୍ତି, ଦୂରଦୂରାନ୍ତ ଭୋଟ ଗ୍ରହଣ କେନ୍ଦ୍ରକୁ ପୋଲିଂ କର୍ମଚାରୀ ଗସ୍ତ କରିଛନ୍ତି। ଅବଶିଷ୍ଟ ପୋଲିଂ କର୍ମଚାରୀ ଆଜି ସମସ୍ତ ଭୋଟ ଗ୍ରହଣ କେନ୍ଦ୍ରରେ ପହଞ୍ଚିବେ। ୫ ଲୋକସଭା ଆସନରେ ୪୦ ଏବଂ ବିଧାନସଭା ଆସନରେ ୨୬୫ ଏପରି ମୋଟ ୩୦୫ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ସେମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ମତଦାତା।

ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଏବଂ ଏସବୁ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୩୫ଟି ବିଧାନସଭା କ୍ଷେତ୍ର ପାଇଁ ମତଦାନ ହେବ। ୪୦ ଲକ୍ଷ ୩୩ ହଜାର ୯୯୨ ପୁରୁଷ, ୩୯ ଲକ୍ଷ ୩୫ ହଜାର ୦୪୪ ମହିଳା ଓ ୮୫୧ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି।

Show More

Related Articles

Back to top button