Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ବଡ ବର୍ଷା ଆଶଙ୍କା, ସତର୍କ ରହିବା ନେଇ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଆସନ୍ତା ୯ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶା ଆଡ଼କୁ ମୁହାଁଇପାରେ । ପରବର୍ତ୍ତୀ ୨ରୁ ୩ ଦିନ ଭିତରେ ଏହା ଡିପ୍ରେସନରେ ପରିଣତ ହୋଇପାରେ ।ଏହାର ପ୍ରଭାବରେ ୧୧ରୁ ୧୩ ତାରିଖ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ଥିବା ପାଣିପାପାଗ କେନ୍ଦ୍ର ସୂଚନା ଦେଇଛି ।

ସେହିପରି ରାଜ୍ୟରେ ଏବେ ଲଘୁଚାପ ପ୍ରଭାବରେ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେଉଛି । ତେବେ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି।

କଟକର କଣ୍ଟାପଡ଼ାରେ ୧୩ ସେଣ୍ଟିମିଟର ବର୍ଷା ହୋଇଥିବା ବେଳେ ପିପିଲିରେ ୧୨ ସେଣ୍ଟିମିଟର, ଗଂଜାମର ପୁରୁଷୋତ୍ତମପୁରରେ ୧୧ ସେଣ୍ଟିମିଟର ବର୍ଷା ରେକର୍ଡ ହୋଇଛି । ତେବେ ଆଜି ସକାଳ ୮ ଟା ଯାଏଁ ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ଏହା ସହ ଆଗାମୀ କିଛି ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ଥିବାରୁ ରାଜ୍ୟର ସମସ୍ତ ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ନେଇ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

Show More

Related Articles

Back to top button