Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟ କ୍ୟାବିନେଟ ବୈଠକ, ୩ଟି ପ୍ରସ୍ତାବକୁ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୩ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୩ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି ।

ବାଲେଶ୍ୱର ସୁବର୍ଣ୍ଣରେଖା ନଦୀରେ ଏକ ଉଚ୍ଚସ୍ତରୀୟ ସେତୁ ନିର୍ମାଣ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ଏଥିପାଇଁ ୧୩୮ କୋଟି ୭୪ ଲକ୍ଷ ୪୮ ହଜାର ଟଙ୍କା ବ୍ୟୟବରାଦ ହୋଇଛି। ଏହି ସେତୁ ବାଲିଆପାଳ ଜାମକୁଣ୍ଡରୁ ଓ ଭୋଗରାଇ ବ୍ଲକକୁ ସଂଯୋଗ କରିବ। ସେତୁକୁ ୩୦ ମାସ ମଧ୍ୟରେ ସାରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ପ୍ରସ୍ତାବକୁ ମଧ୍ୟ ମଞ୍ଜୁରୀ ମିଳିଛି। ସଂଶୋଧିତ ବ୍ୟବସ୍ଥା ଅନୁସାରେ ପଞ୍ଜୀକୃତ ଟିକସଦାତା ଉପକୃତ ହେବେ। କର ପ୍ରଶାସକମାନେ ଜିଏସଟି କାର୍ଯ୍ୟକୁ ସୁଚାର ରୂପେ ତୁଲାଇ ପାରିବେ ।

ସେହିପରି ଓଡ଼ିଶା ଲୋକାଲ ଫଣ୍ଡ ଅଡିଟ ସଂଶୋଧନକୁ ମଧ୍ୟ ମଞ୍ଜୁରୀ ମିଳିଛି।

Show More

Related Articles

Back to top button