Breaking PLUSଓଡ଼ିଶାମୁଖ୍ୟ ଖବର

ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା, ଆସନ୍ତା ଦୁଇ ଦିନ ମଧ୍ୟ ପ୍ରବଳ ବର୍ଷା ଆଶଙ୍କା

ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ ବର୍ଷା । ବଙ୍ଗୋପସାଗର ଉତର-ପୂର୍ବ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି ।

ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ ବର୍ଷା । ବଙ୍ଗୋପସାଗର ଉତର-ପୂର୍ବ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆହୁରି 2ରୁ 3ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯାହାକୁ ଦୃଷ୍ଟିରେ ରଖି 8 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, 8 ଜିଲ୍ଲାକୁ ଅଂରେଜ ୱାର୍ଣ୍ଣିଂ ଓ 5ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ନବରଙ୍ଗପୁର, ନୂଆପଡା, ବରଗଡ, ବଲାଙ୍ଗିର ଓ ଝାରସୁଗୁଡାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ସେହିପରି କଳାହାଣ୍ଡି, ମାଲକାନଗିରି, କୋରାପୁଟ, ସୋନପୁର, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ ଓ କେନ୍ଦୁଝର ଆଦି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବ । ଭୂ-ସ୍ଖଳନ, ଅକସ୍ମାତ ବନ୍ୟା, ତଳିଆ ଅଞ୍ଚଳରେ ପାଣି ଜମିଯିବା, କଚ୍ଚା ରାସ୍ତା ଓ ଘର ଭୁଶୁଡ଼ି ପଡ଼ିବା ଭଳି ଦୁର୍ବିପାକର ଆଶଙ୍କା ଥିବାରୁ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ମୟୂରଭଞ୍ଜ, ଜଗତସିଂହପୁର, ଯାଜପୁର ଓ ଢେଙ୍କାନାଳରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର । ଏହାସହ ଅଶାନ୍ତ ସମୁଦ୍ରକୁ ଯିବାକୁ କେନ୍ଦ୍ର ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି । ଆସନ୍ତା 24 ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମେଘୁଆ ରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।

Show More

Related Articles

Back to top button