ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ବଢୁଛି ସଂକ୍ରମଣ , ଗୋଟିଏ ଦିନରେ ୩୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ବୃଦ୍ଧି ପାଉଛି ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୩ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୧୧୧୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ୧୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୭ ଜଣ, କଟକରୁ ୭୦ ଜଣ, ସମ୍ବଲପୁରରୁ ୭ ଜଣ, ଜଗତସିଂହପୁରରୁ ୬ ଜଣ, ନୂଆପଡ଼ାରୁ ୪ ଜଣ, କଳାହାଣ୍ଡି, କୋରାପୁଟ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଁଏ, ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ, ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୩୭ ଜଣ ଆକ୍ରାନ୍ତ ରହିଛନ୍ତି।

Show More

Related Articles

Back to top button