ଓଡ଼ିଶାଦେଶପାଣିପାଗମୁଖ୍ୟ ଖବର

ଆସୁଛି ବାତ୍ୟା ‘ଆସନୀ’

ବାତ୍ୟା ମୁକାବିଲା ନେଇ ପ୍ରାକ ପ୍ରସ୍ତୁତି ବୈଠକ

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଆଜି ବସିବ ପ୍ରାକ ପ୍ରସ୍ତୁତି ବୈଠକ । ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲାପାଳଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା କରିବେ ସ୍ୱତନ୍ତ୍ର ରିଲିଫ କମିଶନର । ବାତ୍ୟା ସମୟରେ ଶୂନ ଜୀବନହାନୀ ଓ କମ୍ କ୍ଷୟକ୍ଷତି ନେଇ ଆଜିର ବୈଠକରେ ଆଲୋଚନା ହେବ ।

ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ନୟାଗଡ଼, କଟକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିବେ ଏସ୍ଆରରସି ।

ଏହା ପୂର୍ବରୁ ଗତକାଲିଠାରୁ ୧୮ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ବାତ୍ୟା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆସି । ଜିଲ୍ଲା ଏମରଜେନ୍ସି ଅଫିସ ଓ କଣ୍ଟ୍ରୋଲ ରୁମ୍ ଦିନରାତି ଖୋଲା ରଖିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ବଳ ସ୍ଥାନ ଚିହ୍ନଟ ସହ ପ୍ରଭାବିତ ହେବାକୁ ଥିବା ଲୋକଙ୍କୁ ସେଠାରୁ ଲୋକଙ୍କୁ ସ୍ଥାନାନ୍ତର ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ରହିଛି ।

ବିଶେଷ କରି ଉପକୂଳବର୍ତ୍ତୀ ଅଞ୍ଚଳରେ ମାଟିଘରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର ପାଇଁ କୁହାଯାଇଛି । ସୁରକ୍ଷିତ ସ୍ଥାନ ବା କୋଠା ଚିହ୍ନଟ କରି ସେହିଠାରେ ବାତ୍ୟା ଆଶ୍ରୟସ୍ଥଳୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ଥାନୀୟ ବିଡିଓ ଓ ତହସିଲଦାରଙ୍କ ଦ୍ୱାରା ବାତ୍ୟା ଆଶ୍ରୟସ୍ଥଳୀକୁ ନିରୀକ୍ଷଣ କରାଇବାକୁ କୁହାଯାଇଛି ।

ସମ୍ଭାବ୍ୟ ବାତ୍ୟାକୁ ଭିନ୍ନ ଭିନ୍ନ ଆକଳନ କରୁଛନ୍ତି ବିଭିନ୍ନ ପାଣିପାଗ ପୂର୍ବାନୁମାନ ମଡେଲ୍ । ତେବେ ଏସବୁ ପ୍ରଶ୍ନର ସଠିକ୍ ଉତ୍ତର ଆସନ୍ତାକାଲି ମିଳିପାରେ । ୨୪ ଘଣ୍ଟା ଭିତରେ ବାତ୍ୟାର ଚିତ୍ର ସ୍ପଷ୍ଟ ହେବ ବୋଲି କୁହାଯାଇଛି ।

Show More

Related Articles

Back to top button