Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ୪୩ ରୁ ୪୫ଡ଼ିଗ୍ରୀ ଛୁଇଁବ ତାପମାତ୍ରା

ଭୁବନେଶ୍ୱର- ଗ୍ରୀଷ୍ମପ୍ରବାହ ନେଇ ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । କଟକ, ନୟାଗଡ, ଢେଙ୍କାନାଳ, ଭଦ୍ରକ ଓ ଯାଜପୁରକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆଜିଠୁ ୫ ଦିନ ଯାଏଁ ତାପମାତ୍ରା ୪ରୁ ୬ ଡିଗ୍ରୀ ବୃଦ୍ଧି ସମ୍ଭାବନା ରହିଥିବା ନେଇ ସତର୍କ କରାଯାଇଛି । ବିଶେଷ କରି ଉପକୂଳ ଓଡିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବା ନେଇ ଆକଳନ କରାଯାଇଛି ।
ବର୍ତମାନ ବାୟୁମଣ୍ଡଳର ନିମ୍ନ ଭାଗରେ ରାଜ୍ୟକୁ ପଶ୍ଚିମ ତଥା ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରୁଛି ତଥା ସୂର୍ଯ୍ୟ କିରଣର ତୀବ୍ରତା ବୃଦ୍ଧି ପାଉଥିବାରୁ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ଦିନ ତାପମାତ୍ରା ଧୀରେ ଧୀରେ ୪ ରୁ ୬ ଡ଼ିଗ୍ରୀ ଯାଇଁ ବୃଦ୍ଧି ହେବାର ସମ୍ଭାବନା ରହିଛି |
ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୪୦ଡ଼ିଗ୍ରୀ ରେକର୍ଡ ହେବା ସହ ୧୭ ରୁ ୨୦ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ୪୩ ରୁ ୪୫ଡ଼ିଗ୍ରୀ ଯାଏଁ ତାପମାତ୍ରା ରେକର୍ଡ ହେବାର ସମ୍ଭାବନା ରହିଛି | ଏହି ପାଣିପାଗ ସ୍ତିତି କୁ ଲକ୍ଷ୍ୟ କରି ବିଭାଗ ତରଫରୁ ଆଗାମୀ ୫ ଦିନ ଯାଏଁ ଗ୍ରୀଷ୍ମ ପ୍ରବାହ ପାଇଁ ଚେତାବନୀ ଜାରି କରାଯାଇଛି |

Show More

Related Articles

Leave a Reply

Your email address will not be published. Required fields are marked *

Back to top button