ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ , ଦିନକରେ ୨୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଦୈନିକ ସଂକ୍ରମଣ ୩୦୦ ତଳକୁ ରହିଥିବାବେଳେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୬୩୮୩ କୁ ବୃଦ୍ଧି ପାଇଛି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ତେବେ ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୫୩ ଜଣ, ଖୋର୍ଦ୍ଧାରୁ ୫୦ ଜଣ, ବଲାଙ୍ଗୀରରୁ ୧୭ ଜଣ, ସମ୍ବଲପୁରରୁ ୧୬ ଜଣ, କଟକରୁ ୧୫ ଜଣ, ଗଜପତି ୧୧ ଜଣ, କନ୍ଧମାଳ, ମୟୂରଭଞ୍ଜ ଓ ନବରଙ୍ଗପୁର ଜିଲ୍ଲାରୁ ୯ ଜଣ ଲେଖାଁଏ, ବୌଦ୍ଧ ଓ ପୁରୀ ଜିଲ୍ଲାରୁ ୭ ଜଣ ଲେଖାଁଏ, ନୟାଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ୬ ଜଣ ଲେଖାଁଏ, ବରଗଡ଼, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ ଲେଖାଁଏ, ଦେବଗଡ଼ରୁ ୪ ଜଣ, ଭଦ୍ରକରୁ ୩ ଜଣ, ବାଲେଶ୍ବର, କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ,ଗଞ୍ଜାମ, କଳାହାଣ୍ଡି ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୩ ଜଣ ଆକ୍ରାନ୍ତ ରହିଛନ୍ତି।

Show More

Related Articles

Back to top button