Breaking PLUSଓଡ଼ିଶାଦେଶମୁଖ୍ୟ ଖବରସ୍ୱାସ୍ଥ୍ୟ

ପୁଣି କାୟା ବିସ୍ତାର କରୁଛି କରୋନା,୧୮ ଜିଲ୍ଲାରୁ ୨୩୧ ଜଣ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ପୁଣି ଚିନ୍ତା ବଢାଇଲାଣି କରୋନା । ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମଣଙ୍କ ସଂଖ୍ୟା । ଆଜି ରାଜ୍ୟର ୧୮ଟି ଜିଲ୍ଲାରୁ ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୯ ଜଣ ଚିହ୍ନଟ ହୋଇଛନ୍ତି । ଗତକାଲି ସଂକ୍ରମିତଙ୍କ ସଂଖ୍ୟା ୨୦୪ ଛୁଇଁଥିଲା । ତେବେ ୧୩୫ ଜଣଙ୍କୁ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ କରାଯାଇଥିବା ବେଳେ ୯୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରେ ୩୦ ଜଣ ୧୮ ବର୍ଷରୁ କମ ବୟସର ଶିଶୁ ଥିବା ନେଇ ଲୋକସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ଆଜି ବାଲେଶ୍ୱର ଜିଲ୍ଲାରୁ ୧୩ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୩୫ ଜଣ, ଦେବଗଡ଼ରୁ ୩ ଜଣ,ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୯, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୧ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ବଲପୁରରୁ ୧୦ ଜଣ, ସୋନପୁରରୁ ୬ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ ଜଣ ଓ ଷ୍ଟେଟପୁଲରୁ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨, ୯୦,୧୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Show More

Related Articles

Back to top button