Breaking PLUSଓଡ଼ିଶାମୁଖ୍ୟ ଖବର

ଡିସେମ୍ବର ୧୪ରେ ପଞ୍ଚାୟତ ନିର୍ବାଚନ ନେଇ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

ପଞ୍ଚାୟତ ନିର୍ବାଚନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି । ୱାର୍ଡ ୱାଇଜ ଭୋଟର ତାଲିକା ପ୍ରସ୍ତୁତ କରିବା ପକ୍ରିୟା ଆରମ୍ଭ ହୋଇଛି । ନଭେମ୍ବର ୧୪ରେ ଚୁଡାନ୍ତ ଭୋଟର ତାଲିକା ପ୍ରସ୍ତୁତ କରାଯିବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ ଆଦିତ୍ୟ ପ୍ରସାଦ ପାଢୀ । ୨୦୨୧ ନଭେମ୍ବର ୧ ତାରିଖ ସୁଧା ୧୮ ବର୍ଷ ହୋଇଥିଲେ ତାଲିକାରେ ସାମିଲ ହେବାକୁ ଆବେଦନ କରିପାରିବେ । ବାଲେଶ୍ୱର ଜିଲ୍ଲା ଛଡା ଅନ୍ୟ ୨୯ ଟି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ କରାଯିବ ବୋଲି ନିର୍ବାଚନ ଆୟୋଗ ସୂଚନା ଦେଇଛନ୍ତି ।

୧୬ ନଭେମ୍ବରରେ ସମସ୍ତ ପଞ୍ଚାୟତରେ ପ୍ରାଥମିକ ଭୋଟର ତାଲିକା ପ୍ରକାଶ ପାଇବ । କୌଣସି ଦାବି କିମ୍ବା ଆପତ୍ତି ଓ ଅଭିଯୋଗ ଥିଲେ, ୨୩ ତାରିଖ ସୁଦ୍ଧା ଇଲେକଟ୍ରୋରାଲ ରେଜିଷ୍ଟ୍ରଆର ଅଫିସର ନିକଟରେ ଦାଖଲ କରଯାଇ ପାରିବ । ୨୪ରୁ ୨୬ ନଭେମ୍ବର ମଧ୍ୟରେ ସମ୍ପୃକ୍ତ ଅଧିକାରୀ ଏହାର ଯାଞ୍ଚ କରିବେ । ଚିଠା ଭୋଟର ତାଲିକାକୁ ନେଇ ଯେଉଁମାନଙ୍କର ଅସନ୍ତୋଷ ଥିବ ସେମାନେ ୨୯ରୁ ୩୦ ନଭେମ୍ବର ମଧ୍ୟରେ ବିଡ଼ିଓଙ୍କ ପାଖରେ ଆବେଦନ କରିପାରିବେ ।

ଡିସେମ୍ବର ୧ରୁ ୨ ତାରିଖ ଭିତରେ ବିଡିଓ ଏହି ଅଭିଯୋଗର ଫଇସଲା କରିବେ । ତାପରେ ଚୂଡାନ୍ତ ଭୋଟର ତାଲିକା କମିସନଙ୍କ ନିକଟରେ ଦାଖଲ ହେବ । ଡିସେମ୍ବର ୧୪ ତାରିଖ ସୁଦ୍ଧା ଚୂଡ଼ାନ୍ତ ଭୋଟର ତାଲିକା ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିକଟକୁ ଆସିବବୋଲି ରାଜ୍ୟ ନିର୍ଚାଚନ ଆୟୋଗ ଆଦିତ୍ୟ ପ୍ରସାଦ ପାଢ଼ୀ କହିଛନ୍ତି ।

Show More

Related Articles

Back to top button