
ଆଜିଠୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପାଗରେ ପରିବର୍ତ୍ତନ ଦେଖାଦେଇଛି । ଗତକାଲି ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିଥିଲା ଲଘୁଚାପଜନିତ ବର୍ଷା । ତେବେ ରାଜ୍ୟ ଉପରେ ଲଘୁଚାପର ପ୍ରଭାବ କମିବା ଯୋଗୁ ବିସ୍ତୃତ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା କମ୍ ରହିଥିବାବେଳେ ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଆଇଏମ୍ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ , ୧୫ରେ ଛତିଶଗଡ଼ ଏବଂ ଏହାକୁ ଲାଗିଥିବା କିଛି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ନୂଆପଡ଼ାରେ ଅଧିକ ବର୍ଷା ହୋଇପାରେ ।