Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଆ ଭାଷାର ପ୍ରଚାର ଓ ପ୍ରସାର ପାଇଁ ଆୟୋଜିତ ହେବ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ

ଭୁବନେଶ୍ବର: ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଭୁବନେଶ୍ବରରେ ହେବ ବୋଲି ରାଜ୍ୟ ଐତିହ୍ୟ କ୍ୟାବିନେଟରେ ଓଡ଼ିଆ ଭାଷା ସମ୍ମିଳନୀ ନିଷ୍ପତ୍ତି ନିଆଯାଇଛି। ୨୦୨୪ ଫେବୃଆରୀରେ ୩ ଦିନ ଧରି ଆୟୋଜିତ ହେବାକୁ ଥିବା ଭାଷା ସମ୍ମିଳନୀର ନିଷ୍ପତ୍ତି ନେଇ ବିଭାଗ ମନ୍ତ୍ରୀ, ମୁଖ୍ୟ ସଚିବ ଓ ସଚିବଙ୍କ ସୂଚନା ଦିଆଯାଇଛି। ଓଡ଼ିଆ ଭାଷାର ପ୍ରଚାର ଓ ପ୍ରସାର ପାଇଁ ସମ୍ମିଳନୀ ଆୟୋଜନ ବୋଲି ସେମାନେ ସୂଚନା ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ଐତିହ୍ୟ କ୍ୟାବିନେଟ ବୈଠକରେ ଓଡ଼ିଆ ଭାଷାକୁ ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି। ଓଡ଼ିଆ ଭାଷାର ପ୍ରଚାର, ପ୍ରସାର ପାଇଁ ପ୍ରଥମ ଥର ପାଇଁ ଭୁବନେଶ୍ବରରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ ବୋଲି ନିଷ୍ପତ୍ତି ହୋଇଛି।

୨୦୨୪ ଫେବୃଆରୀ ମାସରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ ପାଇଁ ରାଜ୍ୟ ଐତିହ୍ୟ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି।
କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି କ୍ରମେ ରାଜ୍ୟ ରାଜଧାନୀ ଭୁବନେଶ୍ବରଠାରେ ପ୍ରଥମ ‘ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ’ଆୟୋଜନ କରାଯିବ। ୨୦୨୪ ମସିହା ଫେବୃଆରୀ ମାସରେ ତିନି ଦିନ ‘ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ’ ଆୟୋଜନ ହେବାକୁ ଥିବା ସମ୍ମିଳନୀ ରାଜ୍ୟ, ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଖ୍ୟାତିସମ୍ପନ୍ନ ଭାଷା ବିଜ୍ଞାନୀ ଓ ଭାଷା ବିଶେଷଜ୍ଞ ମାନଙ୍କୁ ସମ୍ମିଳନୀର ବିଷୟଭିଭିକ ଅଧିବେଶନରେ ବକ୍ତବ୍ୟ ରଖିବା ପାଇଁ ନିମନ୍ତ୍ରଣ କରାଯିବ। ସମଗ୍ର ରାଜ୍ୟର ଛାତ୍ରଛାତ୍ରୀମାନଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯିବ। ଯୁବପିଢିଙ୍କ ମଧ୍ୟରେ ଓଡ଼ିଆ ଭାଷାର ଆଦୃତ ନିମନ୍ତେ ସେମାନଙ୍କ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯିବ ।

‘ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ’ ସମୟରେ ଶିକ୍ଷାନୁଷ୍ଠାନ/ବିଶ୍ବବିଦ୍ୟାଳୟମାନେ ନିଜ ନିଜର କାର୍ଯ୍ୟକ୍ରମ ଆୟୋଜନ କରିବେ। ଏହି ‘ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ’ ଆୟୋଜନ ଦ୍ବାରା ରାଜ୍ୟ, ରାଜ୍ୟ ବାହାରେ ଓ ବିଦେଶରେ ଓଡ଼ିଆ ଭାଷାର ପ୍ରଚାର, ପ୍ରସାର ତଥା ଗବେଷଣା କାର୍ଯ୍ୟ ତ୍ବରାନ୍ବିତ ହେବ । ଏତଦ୍ ବ୍ୟତୀତ ମାତୃଭାଷାକୁ ସମ୍ମାନ ଦେବା ଓ ଏହାର ଉନ୍ନତି ସାଧନ କରିବା ତଥା ଆଗାମୀ ପିଢିଙ୍କ ପାଇଁ ଓଡ଼ିଆ ଭାଷାର ଅସ୍ମିତାକୁ ବଜାୟ ରଖିବା କାର୍ଯ୍ୟ ସମ୍ପାଦନରେ ଉକ୍ତ ସମ୍ମିଳନୀର ପ୍ରଭାବ ସୁଦୂର ପ୍ରସାରୀ ହୋଇପାରିବ ରାଜ୍ୟ କ୍ୟାବିନେଟରେ ପ୍ରକାଶ ପାଇଛି।

Show More

Related Articles

Back to top button