Breaking PLUSଦେଶମୁଖ୍ୟ ଖବର

ଦେଶରେ ୧୬,୩୨୬ ନୂତନ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ ଦିନକରେ ୧୭ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ୬୦୦ରୁ ଅଧିକ ଅଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁଯାୟୀ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୩୨୬ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୬୬ ଜଣଙ୍କ ମୃତ୍ୟୁ ରେକର୍ଡ କରାଯାଇଛି । ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୧,୫୯,୫୬୨ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୬୬୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ ଜନିତ ମୃତ୍ୟୁସଂଖ୍ୟା ୪,୫୩,୭୦୮ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ କରୋନା ମହାମାରୀରୁ ସୁସ୍ଥ ହୋଇଥିବା ୧୭,୬୭୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ୩,୩୫,୩୨,୧୨୬ରେ ପହଞ୍ଚିଛି । ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୭୩,୭୨୮ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୦୧.୩୦ କୋଟି ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।

Show More

Related Articles

Back to top button