ଓଡ଼ିଶାସ୍ୱାସ୍ଥ୍ୟ

୫ଶହ ଟପିଲାଣି ଦୈନିକ ସଂକ୍ରମଣ,ଦିନକରେ ରାଜ୍ୟରୁ ୫୦୯ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ଉପରମୁହାଁ କରୋନାଗ୍ରାଫ୍ । ଗତ କିଛିଦିନ ହେବ ଦୈନିକ ସଂକ୍ରମଣ ୫ଶହ ପାର୍ କଲାଣି । ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ୪ ଜିଲ୍ଲାକୁ ରେଡ୍‌ ଜୋନ୍‌ ଘୋଷଣା କରାଯାଇଛି । ଦିନକରେ ରାଜ୍ୟରୁ ୫୦୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ସଙ୍ଗରୋଧରୁ ୨୯୯ ଓ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୨୧୦ । ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୫୨ ଆକ୍ରାନ୍ତ ଅଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୪୫୮୫ ଜଣ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସମସ୍ତ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୦୦ ଜଣ, କଟକରୁ ୧୧୦ ଜଣ, ସୁନ୍ଦରଗଡ଼ରୁ ୪୯ ଜଣ, ପୁରୀରୁ ୧୪ ଜଣ, ଯାଜପୁରରୁ ୧୦ ଜଣ, ଜଗତସିଂହପୁର ଓ ନୟାଗଡ଼ ଜିଲ୍ଲାରୁ ୯ ଜଣ ଲେଖାଁଏ, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ୮ ଜଣ ଲେଖାଁଏ, ଭଦ୍ରକରୁ ୭ ଜଣ, କେନ୍ଦ୍ରାପଡ଼ାରୁ ୬ ଜଣ, ବାଲେଶ୍ବରରୁ ୫ ଜଣ, ଗଜପତି ଓ ନୂଆପଡ଼ା ଜିଲ୍ଲାରୁ ୪ ଜଣ ଲେଖାଁଏ, ଗଞ୍ଜାମ ଓ କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଁଏ, ବରଗଡ଼, ବୌଦ୍ଧ, କନ୍ଧମାଳ ଓ କୋରାପୁଟ ଜିଲ୍ଲାରୁ ୨ ଜଣ ଲେଖାଁଏ, ବଲାଙ୍ଗୀର, ଢ଼େଙ୍କାନାଳ, ମାଲକାନଗିରି, ନବରଙ୍ଗପୁର ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୪୧ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୪୫୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୩୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୧୮୬୬ ଜଣ ସୁସ୍ଥ ହୋଇଛନ୍ତି ।

Show More

Related Articles

Back to top button