Breaking PLUSଓଡ଼ିଶାପାଣିପାଗ

ମାର୍ଚ୍ଚ ୨୧ରୁ ରାଜ୍ୟରେ ବର୍ଷା ସମ୍ଭାବନା

୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ମାର୍ଚ୍ଚ ୨୧ରୁ ରାଜ୍ୟରେ ବର୍ଷା ସମ୍ଭାବନା । ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ବୋଲି ଶନିବାର ଦିନ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ବଙ୍ଗୋପାସାଗରରୁ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟକୁ ପ୍ରବେଶ ବୃଦ୍ଧି ସମ୍ଭାବନା ରହିଛି । ତେଣୁ ଆଗାମୀ ୪-୫ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ।

ଆସନ୍ତା ୨୧ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହିପରି ୨୨ ତାରିଖରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ମାମଲକାନଗିରି, କୋରାପୁଟ, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ବାଲେଶ୍ୱରରେ ବର୍ଷା ସମ୍ଭାବନା ରହିଛି । ୨୨ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସେହିପରି, ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବାକୁ ଥିବା ବାତ୍ୟାର ପ୍ରଭାବ ଓଡିଶା ଉପରେ ପଡିବ ନାହିଁ ବୋଲି କୁହାଯାଇଛି ।

Show More

Related Articles

Back to top button