ଦେଶସ୍ୱାସ୍ଥ୍ୟ

ଦେଶରେ ସାମାନ୍ୟ ବୃଦ୍ଧି ପାଇଲା ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ୩୮୯ ନୂତନ ସଂକ୍ରମଣ ଚିହ୍ନଟ

ଦେଶରେ ସାମାନ୍ୟ ବୃଦ୍ଧି ପାଇଲା କରୋନା ସଂକ୍ରମଣ । ୪୦୦ ତଳେ ରହିଛି ଦୈନିକ ସଂକ୍ରମଣ । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇ ସାଢ଼େ ୫ ହଜାର ତଳେ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୩୮୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩୮୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୧,୨୧୯ରେ ପହଞ୍ଚିଛି । ସେହିପରି ୩ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୦୮ରେ ପହଞ୍ଚିଛି। ଏଥିରେ କେରଳ ପିଛିଲା ଭାବେ ଜଣଙ୍କ ମୃତ୍ୟୁ ସାମିଲ କରିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୫,୨୧୬। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

Show More

Related Articles

Back to top button