Breaking PLUSଦୁର୍ଘଟଣାସ୍ୱାସ୍ଥ୍ୟ

ଗ୍ୟାସ୍ ସିଲିଣ୍ଡର ଫାଟି ୩ ଜଣ ଶ୍ରମିକ ଗୁରୁତର ଆହାତ

ବଲାଙ୍ଗିର : ନାଇଟ୍ରୋଜେନ୍ ଗ୍ୟାସ୍ ସିଲିଣ୍ଡର ଫାଟି ୩ ଜଣ ଶ୍ରମିକ ଗୁରୁତର ଆହାତ ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଭୂତିଆରବାହାଲ ଗାଁରେ। ଆହତ ଶ୍ରମିକମାନଙ୍କୁ ଚିକିତ୍ସା ପାଇଁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ଜଣେ ଶ୍ରମିକଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି। ୩ ଜଣ ଆହତ ଶ୍ରମିକଙ୍କ ଘର ପଶ୍ଚିମବଙ୍ଗରେ ବୋଲି ସୂଚନାମିଳିଛି।ଆଜି ସକାଳେ ଭୂତିଆରବାହାଲ ଗାଁରେ ଥିବା ଏକ କ୍ରସରରେ ଶ୍ରମିକମାନେ କାମ କରୁଥିଲେ। ସେଠାରେ ଥିବା କମ୍ପ୍ରେସର ମେସିନ୍‌ରେ ଏହି ୩ଜଣ ଶ୍ରମିକ ନାଇଟ୍ରୋଜେନ୍ ଗ୍ୟାସ ଭର୍ତ୍ତି କରୁଥିଲେ। ହଠାତ୍ ନାଇଟ୍ରୋଜେନ୍ ସିଲିଣ୍ଡରଟି ବ୍ଲାଷ୍ଟ ହୋଇଥିଲା। ଏଥିରେ ୩ ଜଣ ଶ୍ରମିକ ପୋଡ଼ି ଯାଇ ଗୁରୁତର ଆହାତ ହୋଇଛନ୍ତି ।

 

Show More

Related Articles

Back to top button