Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇପାରେ ଝଡବର୍ଷା ସହ କୁଆପଥର ମାଡ଼ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ ବିଭାଗର ସୂଚନା ମୁତାବକ ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ, କେଉଁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ଝଡବର୍ଷା ସହ ବଜ୍ରପାତ ହୋଇପାରେ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇପାରେ ଝଡବର୍ଷା ସହ କୁଆପଥର ମାଡ଼ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ ବିଭାଗର ସୂଚନା ମୁତାବକ ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ, କେଉଁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ଝଡବର୍ଷା ସହ ବଜ୍ରପାତ ହୋଇପାରେ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିପାରେ । ସେହିପରି ନବରଙ୍ଗପୁର, କୋରାପୁଟ, ମାଲକାନଗିରିର କିଛି ଅଞ୍ଚଳରେ ଝଡବର୍ଷା ସହ କୁଆପଥର ମାଡ଼ ମଧ୍ୟ ହୋଇପାରେ ।

‌ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ରାଜ୍ୟରେ ଏବେ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର ତାପମାତ୍ରା ଖସିବାରେ ଲାଗିଛି । ହେଲେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଜାରି ରହିଛି । ଏବେ ରାଜ୍ୟରେ ଲଗାତାର ୪ଦିନ ଧରି କାଳବୈଶାଖୀ ବର୍ଷା ଜାରି ରହିବ। ଫଳରେ ଧୀରେଧୀରେ ସାରା ରାଜ୍ୟରୁ ତାତି ଖସିବ ।

Show More

Related Articles

Back to top button