Breaking PLUSଓଡ଼ିଶାମୁଖ୍ୟ ଖବର

ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା, ୧୯ଟି ଜିଲ୍ଲାକୁ ସତର୍କ ରହିବା ନେଇ ଏସଆରସିଙ୍କ ସୂଚନା

ଆଜି ରାଜ୍ୟର ୧୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । । ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ, ଆଜି ରାଜ୍ୟରେ ମେଘୁଆ ପାଗ ରହିବ । ପାଣିପାଗ ବିଭାଗର ସୂଚନା ପରେ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ସୂଚନା ଦିଆଯାଇଛି ।

ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର‌୍ୟ୍ୟାଳୟ ପକ୍ଷରୁ ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । ୧୯ଟି ଜିଲ୍ଲା ଗୁଡ଼ିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ।

Show More

Related Articles

Back to top button