Breaking PLUSଓଡ଼ିଶାମୁଖ୍ୟ ଖବର

ଲଘୁଚାପ ପ୍ରଭାବରେ ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା

୫୦ କିମି ବେଗରେ ବହିବ ପବନ

ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ସଂଲଗ୍ନ ଅଞ୍ଚଳ ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶା ଉପକୂଳବର୍ତ୍ତୀ ବଙ୍ଗୋପସାଗରର ଉତ୍ତର ଉପକୂଳରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ଏହି ଲଘୁଚାପ ଯୋଗୁ ମଙ୍ଗଳବାର ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ବୁଧବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେପଟେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ଢେଙ୍କାନାଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ବୁଧବାର ଓ ଗୁରୁବାର ମଧ୍ୟ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । ବୁଧବାର କେନ୍ଦୁଝର, ମୟୂରଭଞ୍ଜ ଓ ଆଉ କିଛି ସ୍ଥାନରେ ବର୍ଷା ହେବ । ଗୁରୁବାର ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱରରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କହିଛି ।

Show More

Related Articles

Back to top button