Breaking PLUSଓଡ଼ିଶାମୁଖ୍ୟ ଖବର

ସଡକ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ

ମୃତକଙ୍କ ଆତ୍ମୀୟଙ୍କ ପାଇଁ ୨ ଲକ୍ଷ ଟଙ୍କାର ସହାୟତା

ବଲାଙ୍ଗୀର-ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ସଡ଼କ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ବଡ଼ବାହାଲୀଠାରେ ଘଟିଥିବା ଏହି ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩ ଜଣ ମଧ୍ୟ ଆହତ ହୋଇଛନ୍ତି । ଆହତମାନଙ୍କୁ ତୁରନ୍ତ ମାଗଣାରେ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହାସହ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପରିବାରର ସଦସ୍ୟମାନଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି ।

Show More

Related Articles

Back to top button