Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଜାରି ରହିଛି କରୋନା ଆତଙ୍କ, ଗତ ୨୪ ଘଣ୍ଟା ମଧ୍ୟରେ ୨୫୪୬ ଜଣ ନୂଆ କରୋନା ରୋଗୀ ଚିହ୍ନଟ

ରାଜ୍ୟରେ ଜାରି ରହିଛି ମହାମାରୀ କରୋନା ଆତଙ୍କ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୪୬ ଜଣ ନୂଆ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୦୪ ଜଣ କ୍ବାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୦୪୨ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି

ରାଜ୍ୟରେ ଜାରି ରହିଛି ମହାମାରୀ କରୋନା ଆତଙ୍କ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୪୬ ଜଣ ନୂଆ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୦୪ ଜଣ କ୍ବାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୦୪୨ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୫୨,୨୩୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୨୨୩୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୮୯୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୪୨୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୭୧୦୫୯୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Tags
Show More

Related Articles

Back to top button
Close