ଓଡ଼ିଶାଦେଶଭକ୍ତିମୁଖ୍ୟ ଖବର

ଆଜି ଶ୍ରୀଜିଉଙ୍କ ବନକ ଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ : ଆଜି ଶ୍ରୀଜିଉଙ୍କ ବନକ ଲାଗି ନୀତି ପାଇଁ ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ପୌଷ କୃଷ୍ଣ ପକ୍ଷ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇଥାଏ। ଏଥିଲାଗି ଦ୍ୱିତୀୟ ଭୋଗମଣ୍ଡପ ନୀତି ବଢିବା ପରେ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ପାଖାପାଖି ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇ ଏହି ନୀତି ସମ୍ପାଦନ କରାଯାଇଥାଏ। ଦତ୍ତ ମହାପାତ୍ର ସେବାୟତମାନଙ୍କ ଦ୍ୱାରା ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ହରିତାଳ, ହିଙ୍ଗୁଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା, ନାଲି ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

Show More

Related Articles

Back to top button