ଓଡ଼ିଶା

ରାଜ୍ୟରେ ଆଜି କରୋନା ସଂକ୍ରମଣରୁ ମୁକ୍ତ ହେଲେ ୯୮୭୦ ଆକ୍ରାନ୍ତ

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସୁସ୍ଥ

ରାଜ୍ୟରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନାହିଁ। ଦୈନିକ ୧୦ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ମୃତ୍ୟୁ ସଂଖ୍ୟାରେ ବି ବ୍ରେକ୍ ଲାଗୁନି। ହେଲେ ସଂକ୍ରମିତଙ୍କ ସହ ତାଳ ଦେଇ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ଓଡିଶାରେ ୯୮୭୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥ ରୋଗୀଙ୍କ ସଂଖ୍ୟା ୫୫୬୫୦୧ରେ ପହଞ୍ଚିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଗୁରୁବାର ଟ୍ଵିଟ୍ ଯୋଗେ ଏହାର ସୂଚନା ଦେଇଛି।ବିଭାଗ ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୭୩ ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ସେହି ପରି ସୁନ୍ଦରଗଡ ଜିଲ୍ଲାରୁ ୭୮୯, ନୂଆପଡାରୁ ୬୫୦, କଟକରୁ ୬୪୬, ଅନୁଗୋଳରୁ ୫୯୨, ବଲାଙ୍ଗୀରରୁ ୪୨୫, ଝାରସୁଗୁଡାରୁ ୩୫୭, ସମ୍ବଲପୁରରୁ ୩୫୬, ନବରଙ୍ଗପୁରରୁ ୩୫୪, ଗଞ୍ଜାମରୁ ୩୨୫, ବାଲେଶ୍ଵରରୁ ୩୧୩, ବରଗଡରୁ ୨୬୪, ଜଗତସିଂହପୁରରୁ ୨୩୩, ମୟୂରଭଞ୍ଜରୁ ୨୨୩, କଳାହାଣ୍ଡିରୁ ୨୧୫, ବୌଦ୍ଧରୁ ୨୧୪, କେନ୍ଦୁଝରରୁ ୨୦୩ କୋଭିଡ୍-୧୯ ରୋଗୀ ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧୪୯୮ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୬୫୫୮୯୯ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪୩୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୦୫୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । କରୋନାରେ ଆଉ ୨୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ପରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି ଘଟିଛି।

Show More

Related Articles

Back to top button