ଓଡ଼ିଶାମୁଖ୍ୟ ଖବର

ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା !

ୟେଲୋ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ସୋମବାର ରାଜ୍ୟର ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଅନ୍ୟ ଜିଲ୍ଲାଗୁଡିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି । ଏହିସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ଯେ ଆସନ୍ତା ୨୧ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ଧୀରେ ଧୀରେ ବର୍ଷା ବଢ଼ିବ । ସୋମବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ସେ ଆକଳନ କରିଛନ୍ତି ।ସେହପରି ଭଦ୍ରକ, ଯାଜପୁର, ବାଲେଶ୍ୱର, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଗଞ୍ଜାମ,

ଗଜପତି, କନ୍ଧମାଳ, ରାୟଗଡ଼ା, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଶ୍ରୀ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ।ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ, ସୋମବାର ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବ । ଯାହା ୨୧ ତାରିଖ ରାତିରୁ ବୃଦ୍ଧି ପାଇବ । ୨୨ ଓ ୨୩ ତାରିଖରେ ପ୍ରବଳ ବର୍ଷା ହେବ। ପୁଣି ୨୬ ତାରିଖରୁ ବର୍ଷା ବଢ଼ିବ। ଯାହା ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ।

Show More

Related Articles

Back to top button