ଓଡ଼ିଶାପୂଜା ପାର୍ବଣମୁଖ୍ୟ ଖବର

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି

୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ବୁଧବାର ଅପରାହ୍‌ଣରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ । ଏହି ବିଶେଷ ନୀତି ପାଇଁ ଅପରାହ୍‌ଣ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ରହିଛି ।

ଅପରାହ୍‌ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରି ମହାପ୍ରଭୁଙ୍କ ଏହି ସ୍ୱତନ୍ତ୍ର ନୀତି ହେବ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ବ୍ୟବହାର କରାଯାଏ । ବନକଲାଗି ଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ ।

Show More

Related Articles

Back to top button