ଓଡ଼ିଶାକଳା ସଂସ୍କୃତି ଓ ସାହିତ୍ୟପୂଜା ପାର୍ବଣଭକ୍ତି

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି,ଅପରାହ୍ନରୁ ୪ଘଣ୍ଟା ସାଧାରଣ ଦର୍ଶନ ବନ୍ଦ୍

ଆଜି ହେଉଛି ବୁଧବାର ମାର୍ଗଶୀର ଶୁକ୍ଳ ପକ୍ଷ ସପ୍ତମୀ ତିଥି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ବନ୍ଦ୍ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ସୂଚନା ଅନୁଯାୟୀ, ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ବନକଲାଗି ନୀତି ଆରମ୍ଭ ହେବ ।ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ ।

ତେବେ ବନକଲାଗି ନୀତି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯିବ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ଏହି ନୀତି ସମ୍ପାଦନରେ ଭୂମିକା ରହିଛି ।

Show More

Related Articles

Back to top button