Breaking PLUSଓଡ଼ିଶାମୁଖ୍ୟ ଖବରସ୍ୱତନ୍ତ୍ର

ଆଜି ୭୩ ତମ ସାଧାରଣତନ୍ତ୍ର ଦିବସ

କୋଭିଡ କଟକଣାରେ ହେବ ପତାକା ଉତ୍ତୋଳନ

ଭୁବନେଶ୍ବର ଗାନ୍ଧିମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଉତ୍ସବ ପାଳନ କରାଯିବ । ରାଜ୍ୟପାଳ ପତାକା ଉତ୍ତୋଳନ କରିବା ସହ ଅଭିଭାଦନ ଗ୍ରହଣ କରିବେ । ପୋଲିସ ବ୍ୟାଣ୍ଡକୁ ମିଶାଇ ଏଥର ମୋଟ ୧୦ଟି କଣ୍ଟିଜେଣ୍ଟ ପରେଡରେ ଭାଗ ନେବେ । ପ୍ରଥମ ଥର ପାଇଁ ଭାଗ ନେଉଛନ୍ତି ବିଏସଏଫ ଯବାନ । ସେହିପରି ପରେଡରେ ଭାଗ ନେଉଥିବା ସମସ୍ତ ସଦସ୍ୟଙ୍କର ଆରଟିପିସିଆର ଟେଷ୍ଟ କରାଯାଇଛି । ଭୁବନେଶ୍ବର ଡିସିପିଙ୍କ ନେତୃତ୍ବରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

୨୫ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ୭୦ ଜଣ ବରିଷ୍ଠ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । ସିସିଟିଭି ନଜରରେ ରହିଛି ଗାନ୍ଧିମାର୍ଗ । ଏଥି ସହ ଗାନ୍ଧିମାର୍ଗକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍ କରାଯାଇଛି । ସେପଟେ କଟକ ବାରବାଟୀ ଷ୍ଟାଡିୟମରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିବେ । ଚଳିତ ବର୍ଷ ୪ଟି କଣ୍ଟିଜେଣ୍ଟ ପରେଡରେ ଭାଗ ନେବେ । ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଚଳିତ ବର୍ଷ ୩୨ ଜଣ କରୋନା ଯୋଦ୍ଧାଙ୍କୁ ସମ୍ମାନୀତ କରାଯିବ ।

Show More

Related Articles

Back to top button