ଓଡ଼ିଶାକାଳିପୂଜା

ଆଜି ଆଲୋକର ପର୍ବ ଦୀପାବଳି

ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଗୁରୁବାର ଆଲୋକର ପର୍ବ ଦୀପାବଳି । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି ସେ କହିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ମା’ କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ।

ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହେବାକୁ ସେ ପରାମର୍ଶ ଦେଇଛନ୍ତି। ଆହୁରି ମଧ୍ୟ ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉବୋଲି ସେ କହିଛନ୍ତି ।

Show More

Related Articles

Back to top button