ଓଡ଼ିଶାକଳା ସଂସ୍କୃତି ଓ ସାହିତ୍ୟପୂଜା ପାର୍ବଣମୁଖ୍ୟ ଖବର

ଆଜି ମାର୍ଗଶୀର ଶୁକ୍ଳ ଷଷ୍ଠୀ

ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଓଢ଼ଣ ଷଷ୍ଠୀ ପର୍ବ

ଆଜି ମାର୍ଗଶୀର ଶୁକ୍ଳ ଷଷ୍ଠୀ । ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଓଢ଼ଣ ଷଷ୍ଠୀ ପର୍ବ। ମାର୍ଗଶୀର ଶୁକ୍ଳ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀ ଅବସରରେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଓଢ଼ଣ ଷଷ୍ଠୀ ପର୍ବ । ଶୀତର ପ୍ରକୋପରୁ ରକ୍ଷାପାଇବା ପାଇଁ ମହାପ୍ରଭୁଙ୍କୁ ଘୋଡ଼ ଲାଗି କରାଯାଇଛି। ଦରଜି ସର୍ଦ୍ଦାର ସେବାୟତଙ୍କ ଦ୍ବାରା ପ୍ରସ୍ତୁତ ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟ ଶୀତବସ୍ତ୍ର ବା ଘୋଡ଼ ପରିଧାନ କରିବେ ମହାପ୍ରଭୁ। ଏହି ଘୋଡ଼ଲାଗି ଆସନ୍ତା ମାଘ ଶୁକ୍ଳ ପଞ୍ଚମୀ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ଭିନ୍ନ ଭିନ୍ନ ରଙ୍ଗର ଘୋଡ଼ ପରିଧାନ କରିବେ ମହାପ୍ରଭୁ। ଗତକାଲି ତିନି ଠାକୁରଙ୍କ ସହ ମା ବିମଳା, ଲକ୍ଷ୍ମୀ, ସରସ୍ୱତୀ ଓ ମଦନମୋହନଙ୍କ ପାଇଁ ପ୍ରସ୍ତୁତ ଘୋଡ଼ ଅଧିବାସ ହୋଇଥିଲା।

ଆଜି ଠାକୁରଙ୍କୁ ଘୋଡ଼ଲାଗି କରାଯାଇ ୬ ମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ଓଢ଼ଣୀ ଶଷ୍ଠୀ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ। ଘୋଡ ଲାଗି ବେଶ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଏହି ବେଶ ଦର୍ଶନ ଦ୍ୱାରା କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଛି। ଏହା ସହ ଓଡ଼ିଶାର ସମସ୍ତ ହିନ୍ଦୁ ପୀଠ ମାନଙ୍କରେ ମଧ୍ୟ ସମସ୍ତ ଦେବଦେବୀ ମାନଙ୍କୁ ଏହି ଘୋଡ଼ ଲାଗି କରାଯାଇଥାଏ । ଏହା ଏକ ମାସ ଧରି ଚାଲିବ ।

Show More

Related Articles

Back to top button