Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ବିଜୁ ବାବୁଙ୍କ ତିରୋଧାନ ଦିବସ

ପ୍ରବାଦ ପୁରୁଷଙ୍କୁ ମନେ ପକାଇଛି ସାରା ଦେଶ

ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ଏହାକୁ ନିରାଡ଼ମ୍ବର ଭାବେ ପାଳନ କରିବ ବିଜେଡି । ବିଜୁବାବୁଙ୍କ ଶ୍ରାଦ୍ଧ ଦିବସରେ ଓଡ଼ିଶାବାସୀଙ୍କ ସେବାରେ ନିଜକୁ ଉତ୍ସର୍ଗ କରିବା ପାଇଁ ସଂକଳ୍ପବଦ୍ଧ ହେବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନିବେଦନ କରିଛନ୍ତି । ଫରେଷ୍ଟ ପାର୍କ ଓ ଭୁବନେଶ୍ବର ଏୟାର ପୋର୍ଟ ଛକରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ରହିଛି ।

ସେହିଭଳି ବିଜୁ ଯୁବ ଜନତା ଦଳ କାର୍ଯ୍ୟାଳୟରେ ସକାଳ ୯ଟାରେ କାର୍ଯ୍ୟକ୍ରମ ରହିଛି । ବିଜୁବାବୁଙ୍କ ତିରୋଧାନ ଦିବସରେ ରାଜ୍ୟବାସୀଙ୍କ ପ୍ରତି ବିଜେଡିର ସାମାଜିକ ଦାୟିତ୍ୱ ଓ ପ୍ରତିବଦ୍ଧତା ଦୃଷ୍ଟିରୁ ପ୍ରତ୍ୟେକ ଜିଲ୍ଲା ଓ ସମସ୍ତ ନିର୍ବାଚନ ମଣ୍ଡଳୀରେ ଓଡ଼ିଶା ମୋ ପରିବାର ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଜରିଆରେ ସମୂହ ରକ୍ତଦାନ ଶିବିର ଆୟୋଜନ କରାଯିବ । ଏହି ରକ୍ତଦାନ କାର୍ଯ୍ୟକ୍ରମ ୧୫ ଦିନ ଧରି ଚାଲିବ । ପ୍ରଥମ ଦିନରେ ୧୦ ହଜାର ୟୁନିଟ୍ ରକ୍ତ ସଂଗ୍ରହ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ।

Show More

Related Articles

Back to top button