ଓଡ଼ିଶାସ୍ୱତନ୍ତ୍ର

ଆଜି ସାରା ଓଡିଶା ପାଳୁଛି ‘ମାଣ୍ଡିଆ ଦିବସ’

ଆଜି ସାରା ଓଡିଶା ପାଳୁଛି ‘ମାଣ୍ଡିଆ ଦିବସ’ । ମାଣ୍ଡିଆଚାଷକୁ ପ୍ରୋତ୍ସାହିତ କରିବା ପାଇଁ ଏହା ସରକାରଙ୍କ ଏକ ଭିନ୍ନ ପ୍ରୟାସ । ମାଣ୍ଡିଆର ପ୍ରଚାର ଓ ପ୍ରସାର ପାଇଁ ରାଜ୍ୟ ସରକାର ୨୦୧୭ରେ ଆରମ୍ଭ କରିଥିଲେ ମିଲେଟ ମିଶନ । ୭ଟି ଜିଲ୍ଲାରୁ ଆରମ୍ଭ ହୋଇଥିବା ଏହି ମିଶନ ଏବେ ୧୯ଜିଲ୍ଲାରେ ପହଞ୍ଚିଛି । ଆଗକୁ ରାଜ୍ୟର ୩୦ ଜିଲ୍ଲାରେ ଏହାକୁ ପ୍ରଚଳନ କରାଯିବ ।

ମାଣ୍ଡିଆ ଚାଷ ନିମନ୍ତେ ଚାଷୀଙ୍କୁ ଉନ୍ନତ ମାନର ବିହନ ଯୋଗାଇଦେବାର ବ୍ୟବସ୍ଥା କରାଯାଇଛି । ଏଥି ସହିତ ପାହାଡିଆ ଅଞ୍ଚଳରେ ମଧ୍ୟ ମାଣ୍ଡିଆ ଚାଷ ନିମନ୍ତେ ପଦକ୍ଷେପ ନିଆଯାଇଛି । ବୃହତ ଉଠାଜଳସେଚନ ପ୍ରକଳ୍ପ ଅଞ୍ଚଳରେ ମଧ୍ୟ ମାଣ୍ଡିଆ ଚାଷ ନିମନ୍ତେ ଯୋଜନା ପ୍ରସ୍ତୁତ କରାଯାଉଛି । ମାଣ୍ଡିଆ ଚାଷ ମାଧ୍ୟମରେ ମହିଳାମାନେ ସ୍ୱାବଲମ୍ବୀ ହୋଇପାରିବେ । କୃଷି ଭବନରେ ମାଣ୍ଡଆ ଦିବସ ପାଳନ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । କୃଷି ଭବନରେ ଏକ ଆକର୍ଷଣୀୟ ପ୍ରଦର୍ଶନୀର ଆୟୋଜନ କରାଯିବ । ଓଡ଼ିଶା ଭାରତବର୍ଷର ପ୍ରଥମ ରାଜ୍ୟ ଭାବରେ ମିଲେଟ ଦିବସ ପାଳନ କରୁଛି ।

ମିଳିଥିବା ସୂଚନା ଅନୁଯାୟୀ, ଆଜି ଲୋକସେବା ଭବନର କନ୍‍ଭେ୍‍ସନ୍‍ ହଲ୍‍ରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ବୈଠକର ଆୟୋଜନ କରାଯାଇ ରାଜ୍ୟସ୍ତରୀୟ ମାଣ୍ଡିଆ ଦିବସ ପାଳନ କରାଯିବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ ବାର୍ତ୍ତା ଦେବେେ । ସେହିପରି ଏଥିରେ ବିଭିନ୍ନ ବିଭାଗର ମନ୍ତ୍ରୀ, ସଚିବଙ୍କ ସମେତ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଗବେଷକମାନେ ମଧ୍ୟ ଯୋଗଦେବେ।

Show More

Related Articles

Back to top button