ଓଡ଼ିଶାପୂଜା ପାର୍ବଣଭକ୍ତି

ଆଜି ପବିତ୍ର ଦଶହରା ଅବସରରେ ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ଆଜି ହେଉଛି ପବିତ୍ର ଦଶହରା ଅର୍ଥାତ ପବିତ୍ର ବିଜୟା ଦଶମୀ । ଏହି ଅବସରରେ ଶ୍ରୀମନ୍ଦିରରେ ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜଗନ୍ନାଥ, ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନ । କୋଭିଡ କଟକଣା ଯୋଗୁ ଦୁଇ ବର୍ଷ ସୁନାବେଶ ଦର୍ଶନରୁ ବଞ୍ଚିତ ଥିଲାବେଳେ ଚଳିତ ବର୍ଷ ଦୁର୍ଲଭ ସୁବର୍ଣ୍ଣ ବେଶ ଦର୍ଶନ କରିବାର ସୌଭାଗ୍ୟ ଅର୍ଜନ କରିବେ ଶ୍ରଦ୍ଧାଳୁ ।

ନୂଆଲୁଗା ଲାଗି ପରେ କିରିଟି, ଚୂଳ, ଚନ୍ଦ୍ରିକା, ଆଡକାନି, ଚନ୍ଦ୍ରସୂର୍ଯ୍ୟ, ହରିଡା ମାଳ, ତବିଜ ମାଳ ଆଦି ସ୍ଵର୍ଣ୍ଣ ଅଳଙ୍କାରରେ ଶ୍ରୀଜୀଉଙ୍କୁ ବିଭୂଷିତ କରାଯାଏ । ହେଲେ ମହାପ୍ରଭୁ ଆୟୁଧ ହସ୍ତରେ ଧରି ନଥାନ୍ତି ।ସକାଳ ଧୂପ ନୀତି ଶେଷ ହେବାପରେ ଚକ୍ର ମାଜଣା ହେବା ସହ ଆୟୁଧ ପୂଜା ହୋଇଥାଏ । ଏହାପରେ ଭିତର ବେଢ଼ା ପରିକ୍ରମା ପରେ ମହାପ୍ରଭୁ ଆୟୁଧ ହସ୍ତରେ ଧାରଣ କରିଥାନ୍ତି ।

ସେପଟେ ଶ୍ରୀଜୀୟୁ ଆୟୁଧ ଧାରଣ କରିବା ପରେ ମଙ୍ଗଳାର୍ପଣ ନୀତି ଅନୁଷ୍ଠିତ ହୋଇଥାଏ । ମହାପ୍ରଭୁଙ୍କ ଠାରୁ ଦୁର୍ଗାମାଧବ, ଶ୍ରୀମଦନମୋହନ ଓ ଶ୍ରୀରାମକୃଷ୍ଣ ଆଜ୍ଞାମାଳ ପାଇ ବିମାନ ଓ ପାଲିଙ୍କିରେ ବିଜେ କରି ଜଗନ୍ନାଥବଲ୍ଲଭ ଦଶହରା ପଦାକୁ ବିଜେ କରିଥାଆନ୍ତି । ସେଠାରେ ବନ୍ଦାପନା, ପ୍ରସାଦଲାଗି ଓ ରାଜନିତି ସମ୍ପର୍ଣ୍ଣ ହେବା ପରେ ମହାପ୍ରଭୁ ମତ୍ସ୍ୟ ଶିକାର କରି ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରନ୍ତି ।

 

Show More

Related Articles

Back to top button