Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି

ଭୁବନେଶ୍ୱର- ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶୁକ୍ଳ ପକ୍ଷ ଚତୁର୍ଥୀ ତିଥିରେ ଶ୍ରୀବିଗହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇଥାଏ । ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୩ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସମୟରେ ଚତୁର୍ଦ୍ଧାମୂରତିଙ୍କୁ ଭକ୍ତମାନେ ଦର୍ଶନ କରିପାରିବେ ନାହିଁ । କିନ୍ତୁ ମନ୍ଦିରର ପାଶ୍ୱର୍ ଦେବାଦେବୀଙ୍କୁ ଦର୍ଶନ କରିପାରିବେ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରଖାଯାଏ ।

Show More

Related Articles

Back to top button