ଦେଶସ୍ୱାସ୍ଥ୍ୟ

ଆଜି ଦେଶରେ ୨ ହଜାର ଟପିଲା କରୋନା ସଂକ୍ରମଣ

ଆଜି ଦେଶରେ ୨ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୧୩୯ ଚିହ୍ନଟ ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ହଜାର ତଳକୁ ଖସିଛି । ସେହିପରି ମୃତ୍ୟୁ ସଂଖ୍ୟା ୧୩ ରେକର୍ଡ କରାଯାଇଚି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ୱେବସାଇଟ୍ ପକ୍ଷରୁ ସୂଚନା ମିଳିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୩୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୩ ମୃତ୍ୟୁ ରେକର୍ଡ କରାଯାଇଛି।ଗତ ୨୪ ଘଣ୍ଟାରେ ହୋଇଥିବା ୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୮୩୫ରେ ପହଞ୍ଚିଛି। ଏଥିରେ କେରଳ ପିଛିଲାଭାବେ ୪ଜଣଙ୍କ ମୃତ୍ୟୁ ସାମିଲ କରିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୦୯,୬୯,୫୭୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

 

Show More

Related Articles

Back to top button