Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ । ଅପରାହ୍ଣ ୪ଟାରେ +୨ କଳା ରେଜଲ୍ଟ ପ୍ରକାଶ ପାଇବ ।

ଯୁକ୍ତ ଦୁଇ କଳା ସହ ଧନ୍ଦାମୂଳକ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ । ତେବେ ଉଚ୍ଚ ମାଧ୍ୟମକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ରେଜଲ୍ଟ ଘୋଷଣା କରିବେ । www.odisharesults.nic.inରେ ରେଜଲ୍ଟ ଉପଲବ୍ଧ ହେବ ।

ରେଜଲ୍ଟ ଘୋଷଣା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି । ଚଳିତ ବର୍ଷ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ ଜଣ ପରୀକ୍ଷା ଦେଇଛନ୍ତି ।

Show More

Related Articles

Back to top button