ଦେଶ ବିଦେଶମୁଖ୍ୟ ଖବର

ଆଜି ମୋଦୀଙ୍କ ଅଧ୍ୟକ୍ଷତାରେ ବସିବ ମନ୍ତ୍ରୀ ପରିଷଦ ବୈଠକ, କୋଭିଡ୍ ସ୍ଥିତି ଉପରେ ହେବ ଚର୍ଚ୍ଚା

ଦେଶରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ଏହାମଧ୍ୟରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମନ୍ତ୍ରୀ ପରିଷଦ ବୈଠକ ଡାକିଛନ୍ତି

ସୂତ୍ରାନୁସାରେ ବୈଠକରେ କୋଭିଡ୍ ସ୍ଥିତି ବାବଦରେ ଆଲୋଚନା ହେବ । ଭିଡିଓ କନଫରେନ୍ସିଂ ମାଧ୍ୟମରେ ବୈଠକ ଅନୁଷ୍ଠିତ ହେବ । ଯେଉଁଥିରେ ସମସ୍ତ କେନ୍ଦ୍ର ମନ୍ତ୍ରୀଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ ।ଦେଶରେ କରୋନାର ଦ୍ୱିତୀୟ ଲହର ବେଳେ ଏହା ମନ୍ତ୍ରୀ ପରିଷଦର ପ୍ରଥମ ବୈଠକ ହେବ । ବୈଠକରେ ୧୮ରୁ ୪୫ ବର୍ଷ ବୟସର ବ୍ୟକ୍ତିଙ୍କୁ ଟିକା ବାବଦରେ ଚର୍ଚ୍ଚା ହେବ । ଏହାସହ ମନ୍ତ୍ରୀମାନଙ୍କୁ ଲୋକଙ୍କ ପାଖକୁ ଯାଇ ବିଭିନ୍ନ ପ୍ରସଙ୍ଗର ସମାଧାନ ପାଇଁ କୁହାଯାଇପାରେ । ଏହାପୂର୍ବରୁ ମୋଦୀ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଅନେକ ଥର ଆଲୋଚନା କରିସାରିଛନ୍ତି । ଅକ୍ସିଜେନ, ଆଇସିୟୁ ବେଡ, ଔଷଧ ବାବଦରେ ପୂର୍ବରୁ ଅନେକଥର ବୈଠକ ବସିଛି ।

ସୂଚନାଯୋଗ୍ୟ, ୨୪ ଘଣ୍ଟାରେ ୩ ଲକ୍ଷ ୮୬ ହଜାର ୪୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୪୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୪୯୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୮୭ ଲକ୍ଷ ୬୨ହଜାର ୯୭୬ରେ ପହଞ୍ଚିଛି।ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୮ ହଜାର ୩୩୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୫୩ ଲକ୍ଷ ୮୪ ହଜାର ୪୧୮ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୦୮୪୮୧୪।

Show More

Related Articles

Back to top button