Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୦୮ଜଣ କରୋନା ଆକ୍ରାନ୍ତ

ଆଜି ରାଜ୍ୟରେ ୫୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୧ ଜଣ ଅଛନ୍ତି । ଏହାସହ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୨୫୦ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୬୧ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି । ସେହିପରି ମୟୁରଭଞ୍ଜରୁ ୨୯, କେନ୍ଦ୍ରାପଡ଼ାରୁ ୨୬, ବାଲେଶ୍ୱରରୁ ୧୯, ଜଗତସିଂହପୁର, ଯାଜପୁରରୁ ୧୪-୧୪, ପୁରୀରୁ ୧୧, ସମ୍ବଲପୁର, ସୁନ୍ଦରଗଡ଼ରୁ ୧୦-୧୦ ଓ ଭଦ୍ରକ ଓ ଗଞ୍ଜାମରୁ ୩ ଜଣ ଲେଖାଏଁ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।

ଏହାସହ କେରାପୁଟ, ମାଲକାନଗିରିରୁ ୨-୨, ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର, ନୟାଗଡ଼, ନୂଆପଡ଼ାରୁ ଜଣେ ଲେଖାଏଁ ଓ ଷ୍ଟେଟ୍‌ପୁଲ୍‌ରୁ ୫୮ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।

Show More

Related Articles

Back to top button