ରାଶିଫଳ

ଆଜିର ରାଶିଫଳ

ଅଦ୍ୟ ଡ଼ିସେମ୍ବର ମାସ ୨୧ ତାରିଖ ୨୦୨୧ ମସିହା(ମଙ୍ଗଳବାର)
ସୁର୍ୟୋଦୟ-ପ୍ରାତଃ ଘ୦୬/୧୯/୫୩
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୮/୧୬
====================
🐏ମେଷ👉ଆଜିର ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗିରହିବ । ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି । ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ ।

🐮ବୃଷ👉ଆଜି ଆକସ୍ମିକ ଭାବରେ ମୋଟାଅଙ୍କ ର ଅର୍ଥ ଆବଶ୍ୟକ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଯୋଗୁଁ ବିଚଳିତ ହେବେ । ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇ ପାରିବେ ।

👩‍❤️‍👨ମିଥୁନ👉ଆଜି ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦ୍ୱିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ । କୌଣସି କାମ ସୁବିଧାରେ ହେବ ନାହିଁ । ପୂର୍ବରୁ ସାହାଯ୍ୟ କରିବାକୁ ପ୍ରତଶ୍ରୁତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍‌ ବଦଳାଇ ଅସହଯୋଗ କରିପାରନ୍ତି ।

🦀କର୍କଟ👉ଆଜି ଆପଣ ପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ଆଶା ଓ ଅଭିଳାଷ ନିଶ୍ଚିତ ପୂରଣ ହୋଇପାରିବ । ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ । ଶିଳ୍ପ, ପରିବହନ, ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ ।

🦁ସିଂହ👉ଆଜି ଦିନଟି ଭୋଗ,ବିଳାସ ଦିଗକୁ ସ୍ୱତଃ ମନ ଟାଣିହୋଇଯିବ । ଆଜି ବିଭିନ୍ନ ସୂତ୍ରରୁ ଗୁଡାଏ ଅର୍ଥଲାଭର ଯୋଗ ରହିଛି । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ । ବନ୍ଧୁମାନଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ କଟାଇବେ ।

🙎‍♀️କନ୍ୟା👉ଆଜି କାର୍ଯ୍ୟସିଦ୍ଧି ହେତୁ ଉତ୍‌ଫୁଲ୍ଲିତ ରହିବେ । କିନ୍ତୁ ପାରିବାରିକ ଅଶାନ୍ତି କ୍ଷେତ୍ରରେ ଭୁଲ୍‌ ବୁଝାମଣା ହିଁ ପ୍ରଧାନ କାରଣ ହେବ । ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଅବଶ୍ୟ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ, ତଥାପି କାମ ଅଟକିବ ନାହିଁ ।

⚖️ତୁଳା👉ଆଜି ସୁସ୍ଥତା ଅକ୍ଷୁଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ । ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ହଠାତ୍‌ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ ।

🦂ବିଛା👉ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ । ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।

🏹ଧନୁ👉ଆଜି ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ । ଶିଳ୍ପ ଓ ପରିବହନରେ ସମସ୍ୟା ଲାଗିରହିବ । ମୂଳା ନକ୍ଷତ୍ର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ ।

🐊ମକର👉ଆଜି ପାରିବାରିକ ସ୍ଥିତି ଭଲ ରହି ନ ପାରେ । ଏଣେ ଯାହା ପାଇବା କଥା ତାହା ଠିକ୍‌ ସମୟରେ ପାଇବା ମଧ୍ୟ କଷ୍ଟକର ହେବାର ଆଶଙ୍କା ରହିଛି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ । ମିତ୍ର,ବନ୍ଧୁରେ ଭାଙ୍ଗିପଡିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ ।

🏺କୁମ୍ଭ👉ଆଜି ଦିନଟି ଭଲରେ ଅତିବାହିତ ହେବ । ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହେବ । ଜମିଜମା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବ ।

🐟ମୀନ👉ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।

ଜାତକ ଜନିତ ସମସ୍ୟା ନିମନ୍ତେ ଯୋଗାଯୋଗ କରନ୍ତୁ-
ଅମୀୟ ରଞ୍ଜନ ଶତପଥି
📲୭୯୭୮୪୯୭୪୬୬
🪀୯୬୫୮୩୩୧୪୦୭

Show More

Related Articles

Back to top button