ରାଶିଫଳ

ଆଜିର ରାଶିଫଳ

🐏ମେଷ👉ଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ୱିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି । ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ । ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ । ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ ।

🐮ବୃଷ👉ବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ । ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍‌ବେଗ ବଢିପାରେ ।

👩‍❤️‍👨ମିଥୁନ👉ଆଜି ଆକସ୍ମିକ ଭାବରେ କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ । ଶତ୍ରୁତା, ରୋଗପୀଡା କିମ୍ବା ଋଣ ପରିଶୋଧଜନିତ ଅର୍ଥବ୍ୟୟ କରିବେ କିନ୍ତୁ କର୍ମ କ୍ଷେତ୍ରରେ ସୁନ୍ଦର ସୁଯୋଗ ପ୍ରାପ୍ତ ହେବ ।

🦀କର୍କଟ👉ଆତ୍ମୀୟ ସ୍ୱଜନଙ୍କ ସହ କଳହ ହୋଇପାରେ । ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝି ପାରିବେ ନାହିଁ । କିନ୍ତୁ ଭାଗ୍ୟଭାବସ୍ଥ ମଙ୍ଗଳ ପ୍ରଭାବରେ ଅପୀଡାଦଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ ।

🦁ସିଂହ👉ଆଜି ଆପଣଙ୍କ ପରିବାର ଓ ବନ୍ଧୁ ସମ୍ପର୍କ କ୍ଷୁଣ୍ଣ ହୋଇପାରେ । କିନ୍ତୁ ଉପରିସ୍ଥ ଅଧିକାରୀଙ୍କ ଅନୁକମ୍ପାରୁ ଅଫିସରେ ସହାନୁଭୂତିର ସହ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଦିନଟି ପୀଡାଦାୟକ ।

🙎‍♀️କନ୍ୟା👉ଆଜି ନୂତନ କର୍ମାରମ୍ଭ ପାଇଁ ଆନୁଷଙ୍ଗିକ ଖୋରାକ ଯୋଗଇବ। ଫଳରେ ଆପଣଙ୍କ ସହକର୍ମୀ ଅଯାଚିତ ଭାବରେ ସହଯୋଗର ହାତ ବଢାଇପାରନ୍ତି । ପରିବାର ସଦସ୍ୟଙ୍କ ସ୍ୱାସ୍ଥ୍ୟ ତଥା ପାରିବାରିକ ସମସ୍ୟାର ତ୍ୱରିତ ସମାଧାନ ପାଇଁ ଚିନ୍ତା କରିବେ ।

⚖️ତୁଳା👉ଆଜି ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲଖିତକ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ । ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖାଦେଇପାରେ। ସ୍ୱାସ୍ଥ୍ୟ, ପରିବାର, କର୍ମକ୍ଷେତ୍ରସମ୍ପର୍କି ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ ।

🦂ବିଛା👉ଆଜି ସୁ ଭୋଜନ ଓ ଧନଲାଭ ହେବ ଅଫିସରେ ଦୃଢ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବା ସହ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବ ।କୌଣସି ଜଣାଶୁଣା ବ୍ୟକ୍ତିଙ୍କ ପ୍ରତିରୋଧ ଆଶାକୁ ପ୍ରତିହତ କରିପାରେ ।

🏹ଧନୁ👉ଆଜି ଦିନରେ ମନ ଭଲ ରହିବ ନାହିଁ । ପ୍ରତ୍ୟୁଷ ଯାତ୍ରାରେ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।ସତ୍‌ କାମରେ ବ୍ୟୟ କରିବା ସହ ବନ୍ଧୁମାନଙ୍କ ଶୁଭଚିନ୍ତକ ଭାବରେ କାମ କରିବାରେ ଆଗ୍ରହ ପ୍ରକାଶ କରିପାରନ୍ତି ।

🐊ମକର👉ଆଜି ପ୍ରତ୍ୟେକ କ୍ଷେତ୍ରରେ ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ । ସାମାନ୍ୟ ବଚସା ପରେ ଯାଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି । ବନ୍ଧୁଙ୍କ ଅନୁରାଗ ପ୍ରତି ମନରେ ଦୁର୍ବଳତା ଆସିପାରେ ।

🏺କୁମ୍ଭ👉ଆଜି ଅର୍ଥଲାଭ ହେବ କିନ୍ତୁ ସାମାନ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ପରିଲକ୍ଷିତ ହେବ । ସାମୟିକ ଭାବରେ କଚେରି ମାମଲା ବିଷୟ ନେଇ ଚିନ୍ତିତ ରହିପାରନ୍ତି ।

🐟ମୀନ👉ବନ୍ଧୁଙ୍କ ଅନୁରୋଧରେ ଆନୁଷ୍ଠାନିକ କାମରେ ଖଟଣି ବଢିଯିବ କିନ୍ତୁ ଆଶାନୁରୂପ ସଫଳତା ପାଇବେ ନାହିଁ । କୌଣସି ସହକର୍ମୀଙ୍କୁ ପ୍ରତୀକ୍ଷା କରି ଦେଖା ପାଇବେ ନାହିଁ । ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ପ୍ରୀତିପ୍ରଦ ରହିବ ।

*ଉତ୍କଳ ପ୍ରହରୀ*

Show More

Related Articles

Back to top button