Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତାକାଲି ଶ୍ରୀଜୀଉଙ୍କ ବନକଲାଗି, ୩ ଘଂଟା ବନ୍ଦ ରହିବ ଦର୍ଶନ

ପୁରୀ, ୩୦ ଜାନୁଆରୀ – ଆସନ୍ତାକାଲି ବୁଧବାର ମାଘ ମାସ କୃଷ୍ଣ ପକ୍ଷ ପଂଚମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଶ୍ରୀଜୀଉ ମାନଙ୍କ ଶ୍ରୀମୁଖ ଶୃଙ୍ଗାର ତଥା ବନକଲାଗି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମୟରେ ଗର୍ଭଗୃହର ସମସ୍ତ ଦ୍ଵାର ବନ୍ଦ ରହିବ । ଦ୍ବିତୀୟ ଭୋଗମଣ୍ଡପ ପରେ ଦତମହାପାତ୍ର ସେବକମାନେ ଗର୍ଭଗୃହରେ ପ୍ରବେଶ କରିବେ । ଏହାପରେ ବନକଲାଗି ଗୁପ୍ତ ନୀତି ସମାପନ ହେବ । ବନକଲାଗି ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହେବ । ମହାସ୍ନାନ ପରେ ଭକ୍ତ ମାନେ ପୁଣି ଶ୍ରୀବିଗ୍ରହ ମାନଙ୍କ ଦର୍ଶନ କରିପାରିବେ ।
ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାରରେ ପ୍ରାକୃତିକ ରଙ୍ଗ ହିଙ୍ଗୁଳ, ହରିତାଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା ଓ ନାଲି ରଙ୍ଗର ବ୍ୟବହାର ହୋଇଥାଏ ।

Show More

Related Articles

Back to top button