Breaking PLUSଦୁର୍ଘଟଣାମୁଖ୍ୟ ଖବର

ମର୍ମନ୍ତୁଦ ସଡକ ଦୁର୍ଘଟଣା

ସାନଖେମୁଣ୍ଡି : କାରଟି ରାସ୍ତାରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ବ୍ରିଜ୍‌ ତଳକୁ ଓଲଟି ପଡିଛି। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟ ରାସ୍ତାର ଡେଙ୍ଗାପଦର ନିକଟରେ ଏଭଳି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇନଥିବା ଖବର ମିଳିଛି। ଖବରଅନୁଯାୟୀ,ଏକ କାର୍‌ ଦିଗପହଣ୍ଡିରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ସମୟରେ ଡେଙ୍ଗାପଦର ରାସ୍ତାରେ ଥିବା ବ୍ରିଜ୍‌ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ କାର୍‌ଟି ଅତ୍ୟଧିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ କୌଣସି ଯାତ୍ରୀ ଆହତ ହୋଇନଥିବା ଜଣାପଡିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Show More

Related Articles

Back to top button