Breaking PLUSଓଡ଼ିଶାମୁଖ୍ୟ ଖବର

ନୂଆଦିଲ୍ଲୀରେ ଆସନ୍ତାକାଲିଠାରୁ ବିଜେପିର ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ

ଭୁବନେଶ୍ୱର, 16 ଫେବୃଆରୀ -ଭାରତୀୟ ଜନତା ପାର୍ଟିର ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ ଆସନ୍ତାକାଲିଠାରୁ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହେବ । ଏହି ଅଧିବେଶନରେ ଆଗାମୀ ସାଧାରଣ ନିର୍ବାଚନର ଚୂଡାନ୍ତ ରଣନୀତି ପ୍ରସ୍ତୁତ କରାଯିବ । ଆସନ୍ତାକାଲି ୧୭ତାରିଖ ଦିନ ରାଷ୍ଟ୍ରୀୟ ସଭାପତି ଜଗତ ପ୍ରକାଶ ନଡ୍ଡା ରାଷ୍ଟ୍ରୀୟ ଅଧିବେଶନକୁ ଉଦ୍ଘାଟନ କରିବେ ବୋଲି ବିଜେପି ରାଜ୍ୟ ମୁଖପାତ୍ର ସଜ୍ଜନ ଶର୍ମା ସୂଚନା ଦେଇଛନ୍ତି ।

ଏହି ଅଧିବେଶନରେ ସମସ୍ତ ରାଷ୍ଟ୍ରୀୟ ପଦାଧିକାରୀ ଓ କାର୍ଯ୍ୟକାରିଣୀ ସଦସ୍ୟ, ରାଷ୍ଟ୍ରୀୟ ପରିଷଦ ସଦସ୍ୟ, ସାଂସଦ, ବିଧାୟକ, ପୂର୍ବତନ ସାଂସଦ, ରାଜ୍ୟ ପଦାଧିକାରୀ, ରାଜ୍ୟ ମୋର୍ଚ୍ଚାର ରାଜ୍ୟ ସଭାପତି ଓ ସାଧାରଣ ସମ୍ପାଦକ, ରାଜ୍ୟ କୋର କମିଟି, ନିର୍ବାଚନ କମିଟି, ଶୃଙ୍ଖଳା କମିଟି, ଅର୍ଥ କମିଟି ସଦସ୍ୟ, ଲୋକସଭା ପ୍ରଭାରୀ, ସଂଯୋଜକ, ବିସ୍ତାରକ, ରାଜ୍ୟ ମୁଖପାତ୍ର, ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମ ରାଜ୍ୟ ସଂଯୋଜକ, ଜିଲ୍ଲା ସଭାପତି ଓ ପ୍ରଭାରୀ, ସମସ୍ତ ପ୍ରକୋଷ୍ଠର ରାଜ୍ୟ ସଂଯୋଜକମାନେ ଯୋଗ ଦେବେ ।

୧୮ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରୀୟ ଅଧିବେଶନର ସମାପନ କାର୍ଯ୍ୟକ୍ରମରେ ଯୋଗ ଦେଇ ଅଭିଭାଷଣ ପ୍ରଦାନ କରିବେ । ରାଷ୍ଟ୍ରୀୟ ଅଧିବେଶନରେ ଯୋଗ ଦେବା ପାଇଁ ଓଡିଶାରୁ ଅପେକ୍ଷିତ ସମସ୍ତ ନେତୃବୃନ୍ଦ ଦିଲ୍ଲୀ ଯାଇଛନ୍ତି ବୋଲି ଶ୍ରୀ ଶର୍ମା ସୂଚନା ଦେଇଛନ୍ତି ।

Show More

Related Articles

Back to top button