Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ଆସୁଛି ଆଉ ଗୋଟିଏ ଲଘୁଚାପ !

କାଲିଠୁ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା !

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର । ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅହା ସୃଷ୍ଟି ହେଇପାରେ । ଏବେ ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ୍ ସାର୍କୁଲେସନ୍ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ।

ଆସନ୍ତାକାଲି ଦକ୍ଷିଣ, ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଏବଂ ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ହୋଇପାରେ ।

ସେହିପରି ୭ ତାରିଖରେ ପଶ୍ଚିମ ଓଡ଼ିଶାରେ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ୭ ତାରିଖ ପାଇଁ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତାକାଲିଠାରୁ ସମୁଦ୍ର ଅଶାନ୍ତ ରହିବା ସହ ଘଣ୍ଟା ପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । କାଲିଠୁ ଦୁଇ ଦିନ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି । ଆଜି ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

Show More

Related Articles

Back to top button