ଓଡ଼ିଶାପାଣିପାଗ

ସେପ୍ଟେମ୍ବରରେ ବଙ୍ଗୋପସାଗରରେ ଦୁଇ ଦୁଇଟି ଲଘୁଚାପ !

ରାଜ୍ୟରେ ଅଗଷ୍ଟର ନିଅଣ୍ଟିଆ ବର୍ଷା ସେପ୍ଟେମ୍ବରରେ କିଛି ମାତ୍ରାରେ ଭରଣା ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆଶାବାଦୀ ଅଛନ୍ତି । ଆଉ ୫ ଦିନ ବ୍ୟବଧାନରେ ବଙ୍ଗୋପସାଗରରେ ଦୁଇ ଦୁଇଟି ଲଘୁଚାପ ହେବାର ସମ୍ଭାବନା ରହିଛି । ଆସନ୍ତା ୬ ଓ ୧୧ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ‌କ୍ଷେତ୍ର ସୃଷ୍ଟି ହେବ ‌ବୋଲି ଭାରତୀୟ ପାଣିପାଗ ବିଭାଗର (ଆଇଏମ୍‌ଡି)ର ଆକଳନ କରିଛନ୍ତି । ଯାହାର ପ୍ରଭାବରେ ରାଜ୍ୟରେ ଭଲ ବର୍ଷା ହେବ କିନ୍ତୁ ଏହି ବର୍ଷା ର ପରିମାଣ  ରାଜ୍ୟରେ ଚାଷ କାର୍ଯ୍ୟ ପାଇଁ ବିଶେଷ ଉପଯୋଗୀ ହେବ ନାହିଁ ବୋଲି ଆଇଏମ୍‌ଡି କହିଛନ୍ତି ।

ଅନ୍ୟପଟେ ମୌସୁମୀଜନିତ ନିମ୍ନଚାପରେଖା ଓଡ଼ିଶାର ଗୋପାଳପୁର ମଧ୍ୟ ଦେଇ ପୂର୍ବ ଦିଗରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଯାଏ ଲମ୍ବିଛି । ପାଣିପାଗର ଏହି ନିୟାମକ ପ୍ରଭାବରେ ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ଅନ୍ୟ କେତେକ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆସନ୍ତାକାଲି ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ହାଲ୍‌କାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ୩ ତାରିଖଠାରୁ ୬ ତାରିଖ ଯାଏ ବର୍ଷାର ପରିମାଣ ଧୀରେଧୀ‌ରେ ବଢ଼ିବ । ୪ ତାରିଖ ଦିନ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବ ଓ ସଂଲଗ୍ନ ଅଞ୍ଚଳଗୁଡ଼ିକରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବ । ୫ ଓ ୬ ତାରିଖ ଦିନ ବର୍ଷାର ପରିମାଣ ଓ ବିସ୍ତୃତି ଅଧିକ ରହିବ । ୫ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲା ଓ ୬ ତାରିଖରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ-ୱାର୍ଣ୍ଣିଂ ଜାରି କରାଯାଇଛି ।

Show More

Related Articles

Back to top button