Breaking PLUSଓଡ଼ିଶାମୁଖ୍ୟ ଖବରଶିକ୍ଷା

ଶ୍ରେଣୀ ଗୃହରେ ପଢିଲେ ୟୁଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀ

ଆଜିଠୁ ଅନଲାଇନ ପାଠପଢା ପରିବର୍ତ୍ତେ ଅଫଲାଇନ କ୍ଲାସ

ଆଜିଠୁ ଆରମ୍ଭ ହେଲା ୟୁଜି (ସ୍ନାତ୍ତକ) ପ୍ରଥମ ବର୍ଷ ପିଲାଙ୍କ ଶ୍ରେଣୀଗୃହ ପାଠପଢା । ଅନଲାଇନ ପାଠପଢା ପରିବର୍ତ୍ତେ ଆଜିଠୁ ଅଫଲାଇନରେ ପାଠପଢିବେ ୟୁଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀ । ରାଜ୍ୟରେ ଧିରେ ଧିରେ କୋରୋନା ଗ୍ରାଫ ତଳକୁ ଖସୁଛି । ଫଳରେ ପର୍ଯ୍ୟାୟକ୍ରମେ ଶିକ୍ଷାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ନେଉଛନ୍ତି ରାଜ୍ୟ ସରକାର । ଏହା ସହ କୋରୋନା କଟକଣା କଡାକଡି ପାଳନ କରିବାକୁ ସମସ୍ତ ଶିକ୍ଷାନୁଷ୍ଠାନକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛନ୍ତି ।

ୟୁଜି ପିଲାଙ୍କ ଶ୍ରେଣୀଗୃହ ପାଠପଢା ନେଇ ଅକ୍ଟୋବର ୨୭ ତାରିଖରେ ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଓ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର । ୟୁଜିରେ ନୂଆକରି ନାମ ଲେଖାଇଥିବା ଛାତ୍ରଛାତ୍ରୀ ଶ୍ରେଣୀଗୃହରେ ପଢ଼ିବେ । ତେବେ କୋଭିଡ୍ କଟକଣା ମାନି ଶ୍ରେଣୀଗୃହ ପାଠପଢ଼ା ନେଇ ନିର୍ଦ୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ। ଉଚ୍ଚଶିକ୍ଷା ବିଭାଗ ସଚିବଙ୍କ ପକ୍ଷରୁ ଦିଆଯାଇଥିବା ଚିଠିରେ ଶ୍ରେଣୀଗୃହରେ ପାଠପଢ଼ା ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ କରାଯାଇଛି । ସେମାନେ ନିୟମିତ ବ୍ୟବଧାନରେ ହାତ ସଫା କରିବେ । ଶ୍ରେଣୀଗୃହ, ପାଠାଗାର ତଥା ଲାବୋରଟୋରୀ ଗୁଡ଼ିକରେ ଛାତ୍ରଛାତ୍ରୀମାନେ ସେମାନଙ୍କ ମଧ୍ୟରେ ସାମାଜିକ ଦୂରତା ବଜାୟ ରଖିବେ । କେହି କଲେଜ ପରିସର ମଧ୍ୟରେ ବାହାରେ ଏଣେତେଣେ ଛେପ ପକାଇ ପାରିବେ ନାହିଁ । କାଶିବା ବା ଛିଙ୍କିବା ବେଳେ ରୁମାଲ ଆଦି ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି । ଛାତ୍ରଛାତ୍ରୀମାନେ ନିଜ ସ୍ୱାସ୍ଥ୍ୟ ବିଷୟରେ ଯେପରି ସଚେତନ ରହିବେ, ସେଥିପାଇଁ ସେମାନଙ୍କୁ ପ୍ରୋତ୍ସାହିତ କରିବାକୁ ବିଶ୍ୱବିଦ୍ୟାଳୟ ଓ କଲେଜ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି । ସେହିପରି ଜରୁରୀ ସ୍ଥିତି ପାଇଁ ସବୁ କଲେଜ ଏକ ନିର୍ଦ୍ଦିଷ୍ଟ କଠୋରୀକୁ ପ୍ରସ୍ତୁତ ରଖିବାକୁ ଚିଠିରେ ଉଲ୍ଲେଖ ହୋଇଛି । ଶ୍ରେଣୀ ଗୃହ ପାଠପଢ଼ା ଆରମ୍ଭ କରିବା ସହିତ ହଷ୍ଟେଲ ଗୁଡ଼ିକୁ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯେଉଁମାନେ ହଷ୍ଟେଲରେ ନାଁ ଲେଖାଇଛନ୍ତି, ସେମାନେ ସେଠାରେ ରହିପାରିବେ । ହଷ୍ଟେଲ୍‌ରେ ମଧ୍ୟ ସମସ୍ତ କୋଭିଡ କଟକଣା ଯେମିତି ପାଳନ ହୁଏ ସେଥିପ୍ରତି ଧ୍ୟାନ ଦେବାରୁ ନିର୍ଦ୍ଦେଶ ହୋଇଛି ।

Show More

Related Articles

Back to top button