Breaking PLUSଦେଶପାଣିପାଗମୁଖ୍ୟ ଖବର

ରାଜ୍ୟକୁ ପୁଣି ଫେରିଛି ଅସହ୍ୟ ତାତି

ଭୁବନେଶ୍ୱର: କିଛି ଦିନର ବ୍ୟବଧାନ ପରେ ରାଜ୍ୟକୁ ପୁଣି ଫେରିଛି ତାତି । କଲବଲ କରୁଛି ଗୁଳିଗୁଳି । ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି । ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ଘଟିବାର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରାରେ ବୃଦ୍ଧି ଘଟିବ ବୋଲି ଆକଳନ କରାଯାଇଛି । ବିଶେଷକରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପାରଦ ଅଧିକ ରହିବ ।  ଜୁନ୍‌ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ନଥିବାରୁ ଗ୍ରୀଷ୍ମ ପ୍ରବାହ ଅଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ସେପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବାରେ ବିଳମ୍ବ ଘଟିଛି ।

Show More

Related Articles

Back to top button